Masthead

ପୁଣି ଆସୁଛି ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ୨୪ ତାରିଖରେ ଅବପାତ ରୂପ ନେବ । ସମୁଦ୍ରରୁ ବଳ ଗୋଟାଇ ଆହୁରି ଅଧିକ ଘନୀଭୂତ ହେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୨୧ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୪ ତାରିଖ ସୁଦ୍ଧା ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ଏହା ଅଧିକ ଘନୀଭୂତ ହେବାର ଆଶଙ୍କା ଅଛି ।

ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆନ୍ଧ୍ର ଉପକୂଳକୁ ମୁହାଁଇପାରେ ବୋଲି ପ୍ରାଥମିକ ଆକଳନ କରିଛି ପାଣିପାଗ ବିଭାଗ। ଅବପାତ ଘନୀଭୂତ ହୋଇ ଆନ୍ଧ୍ର ଉପକୂଳକୁ ଗଲେ ବି ଓଡ଼ିଶାରେ ଏହାର ପ୍ରଭାବ ରହିବ । ୨୭ ତାରିଖରେ କେନ୍ଦ୍ରାପଡ଼ାରୁ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପାଗ ମେଘୁଆ ରହିବ । ବର୍ଷା ବି ହେବ । ୨୮ ତାରିଖରେ ଉତ୍ତର ପଶ୍ଚିମ ଓଡ଼ିଶାକୁ ଛାଡ଼ି ରାଜ୍ୟର ବାକି ଅଞ୍ଚଳରେ ବର୍ଷା ହେବ । ୨୯ ତାରିଖରେ ଗଞ୍ଜାମ ଓ ଗଜପତି ଜିଲ୍ଲା ପ୍ରଭାବିତ ହେବ। ସେପଟେ ରାତି ତାପମାତ୍ରା ବଢ଼ିବାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ଶୀତ କମିଛି ।

ଆସନ୍ତା ଦୁଇ ଦିନ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମଙ୍ଗଳବାର ରାତିରେ ସିମିଳିଗୁଡ଼ାରେ ରାତି ତାପମାତ୍ରା ସବୁଠୁ କମ୍ ବା ୭.୧ ଡିଗ୍ରୀ ରେକର୍ଡ ହୋଇଛି । ଦାରିଙ୍ଗିବାଡ଼ିରେ ୮.୫ ଡିଗ୍ରୀ, ଫୁଲବାଣୀରେ ୯ ଡିଗ୍ରୀ ରହିଛି । ସୋମବାର ରାତିରେ ଦାରିଙ୍ଗିବାଡ଼ି ଓ ଫୁଲବାଣୀରେ ୮ ଡିଗ୍ରୀ ଥିଲା । ଅନୁଗୁଳରେ ୧୦.୬, ଭବାନୀପାଟଣା ଓ ନବରଙ୍ଗପୁରରେ ୧୧, ଝାରସୁଗୁଡ଼ାରେ ୧୧.୬, କଟକରେ ୧୪.୪ ଓ ଭୁବନେଶ୍ୱରରେ ୧୫.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ପ୍ରାୟ ସବୁ ସ୍ଥାନରେ ରାତି ତାପମାତ୍ରା ବଢ଼ିଛି । ତେବେ ୨୬ ତାରିଖରୁ ରାତି ତାପମାତ୍ରା ପୁଣି ୨ରୁ ୪ ଡିଗ୍ରୀ ବଢ଼ିବ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା