Masthead

ଇଞ୍ଜିନିୟରିଂରେ ଯୋଡି ହେବ ରାମାୟଣ,ମହାଭାରତ

(ବଡ଼ ଖବର ବ୍ୟୁରୋ): ଇଞ୍ଜିନିୟରିଂ ପାଠ୍ୟକ୍ରମରେ ଯୋଡି ହେବ ରାମାୟଣ ଓ ମହାଭାରତ । ଏନେଇ ଘୋଷଣା କରିଛନ୍ତି ମଧ୍ୟପ୍ରଦେଶ ସରକାର । ବୈଷୟିକ ଶିକ୍ଷାରେ ସାଂସ୍କୃତିକ ବିଭବ ଭର୍ତ୍ତି କରିବାକୁ ଯାଇ ମଧ୍ୟପ୍ରଦେଶ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମରେ ମହାଭାରତ, ରାମାୟଣ ଓ ରାମଚରିତ ମାନସ ଭର୍ତ୍ତି କରାଯାଇଥିବା ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।

ଏ ବିଷୟରେ ସୂଚନା ଦେଇ ମଧ୍ୟପ୍ରଦେଶ ଉଚ୍ଚଶିକ୍ଷା ମନ୍ତ୍ରୀ ମୋହନ ଯାଦବ କହିଛନ୍ତି ଯେ ଏଥିରେ କିଛି ଭୁଲ ନାହିଁ। ଭଗବାନ ରାମଚନ୍ଦ୍ରଙ୍କ ଚରିତ୍ର ଓ ସମସାମୟିକ କାର୍ଯ୍ୟଧାରା ବିଷୟରେ ଯିଏ ଜାଣିବାକୁ ଚାହିଁବ, ଇଂଜିନିୟରିଂ ପଢ଼ା ଭିତରେ ବି ସେ ତାହା କରିପାରିବ। ସେ ପୁଣି କହିଛନ୍ତି ଯେ ନୂତନ ଜାତୀୟ ଶିକ୍ଷା ନୀତି ଅନୁସାରେ ରଖି ଏହି ପଦକ୍ଷେପ ନିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ