Masthead

ତଳିଆ ଅଞ୍ଚଳରୁ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ମାଡ଼ିଆସୁଛି ବାତ୍ୟା । ଆସନ୍ତା ୧୨ଘଣ୍ଟା ମଧ୍ୟରେ ସିଭିଅର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ । ଆସନ୍ତା କାଲି ମଧ୍ୟାହ୍ନରେ ଧାମରା-ଚାନ୍ଦବାଲି ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ତେବେ ଏହାର ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି । ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି । କଚ୍ଚା ଘରେ ରହୁଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି ।

କେନ୍ଦ୍ରାପଡ଼ାରେ ସ୍ଥାନାନ୍ତର ପ୍ରକ୍ରିୟା ଜାରି ରହିଛି । ସକାଳ ସୁଦ୍ଧା ୭ହଜାର ୭୫୪ଜଣଙ୍କୁ ସ୍ଥାନାନ୍ତର କରାଯାଇଛି । ୪୯୪ଜଣଙ୍କୁ ଆସନ୍ନ ପ୍ରସବା ସ୍ଥାନାନ୍ତର କରାଯାଇଛି । ସେହିପରି ମହାକାଳପଡ଼ାରେ ୪୪୩୫, ରାଜନଗର ୧୧୭୭ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ତେବେ ବାତ୍ୟା ଲ୍ୟାଣ୍ଡଫଲ ସମୟ ଯେତେ ପାଖେଇ ଆସୁଛି । ଏହାର ପ୍ରକୋପ ମଧ୍ୟ ବଢ଼ିବାରେ ଲାଗିଛି । ବର୍ଷା ଓ ପବନର ମାତ୍ରା ମଧ୍ୟ ବଢ଼ିବାରେ ଲାଗିଛି । ବିଭିନ୍ନ ସ୍ଥାନରେ ଘର ନଡ଼ା ଛପର ମଧ୍ୟ ଉଡ଼ିଯାଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ