Before Header

ସେପ୍ଟେମ୍ବର ୧୯ତାରିଖରୁ ଖେଳାଯିବ ଆଇପିଏଲର ବଳକା ମ୍ୟାଚ

0 32

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କ୍ରୀଡ଼ାପ୍ରେମୀଙ୍କ ପାଇଁ ଖୁସି ଖବର । ସେପ୍ଟେମ୍ବର ୧୯ ତାରିଖରୁ ଖେଳାଯିବ ଆଇପିଏଲ ସିଜିନ-୧୪ର ବଳକା ମ୍ୟାଚ । ଅକ୍ଟୋବର ୧୫ ତାରିଖରେ ଖେଳାଯିବ ଆଇପିଏଲର ଫାଇନାଲ ମ୍ୟାଚ । ବିଭିନ୍ନ ଟିମର ଖେଳାଳୀ ଓ କୋଚ କରୋନାରେ ସଂକ୍ରମିତ ହେବା କାରଣରୁ ଆଇପିଏଲ ୨୦୨୧କୁ ଅଧାରୁ ସ୍ଥଗିତ କରାଯାଇଥିଲା । ଯାହାକି ପୁଣି ଥରେ ଆରମ୍ଭ ହେବାକୁ ଯାଉଛି । ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ୍ ଖେଳାଯିବ । ଏନେଇ ବିସିସିଆଇ ସୂଚନା ଦେଇଛି ।

ତେବେ ଚଳିତ ସିଜିନରେ ମୋଟ୍ ୫୮ଟି ମ୍ୟାଚ୍ ଖେଳାଯାଇଥିବା ବେଳେ ଆଉ ୩୧ଟି ମ୍ୟାଚ୍ ବାକି ରହିଛି। ଯେଉଁଥିରେ ୧୨ ଅଙ୍କ ସହ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି ଦିଲ୍ଲୀ କ୍ୟାପିଟାଲ୍ସ । ସେହିପରି ଦ୍ୱିତୀୟରେ ଚେନ୍ନାଇ ସୁପରକିଙ୍ଗସ, ତୃତୀୟରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର, ଚତୁର୍ଥରେ ମୁମ୍ବାଇ ଇଣ୍ଡିଆନ୍ସ, ପଞ୍ଚମରେ ରାଜସ୍ଥାନ ରୟାଲ୍ସ, ଷଷ୍ଠ ସ୍ଥାନରେ ପଞ୍ଜାବ କିଙ୍ଗସ, ସପ୍ତମରେ କୋଲକାତା ନାଇଟ୍ ରାଇଡର୍ସ ଏବଂ ଶେଷରେ ରହିଛି ସନ ରାଇଜର୍ସ ହାଇଦ୍ରାବାଦ ।

Leave A Reply

Your email address will not be published.