Masthead

ପ୍ରକାଶ ପାଇଲା ଜେଇଇ ମେନ ରେଜଲ୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜେଇଇ ମେନ ୨୦୨୧ ରେଜଲ୍ଟ ପ୍ରକାଶିତ । ୪୪ ପରୀକ୍ଷାର୍ଥୀଙ୍କୁ ୧୦୦% ମାର୍କ । ପ୍ରଥମ ରାଙ୍କ ମିଳିତ ଭାବେ ସ୍ଥାନ ପାଇଲେ ୧୮ ପରୀକ୍ଷାର୍ଥୀ । ୪ଟି ପର୍ଯ୍ୟାୟରେ ହୋଇଥିବା ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶିତ ପ୍ରକାଶ ପାଇଛି । ନାସନାଲ ଟେଷ୍ଟିଂ ଏଜେନ୍ସି ଦ୍ୱାରା ପରିଚାଳିତ ପରୀକ୍ଷାରେ ଏଥର ସର୍ବଭାରତୀୟ ସ୍ତରରେ ପ୍ରଥମ ରାଙ୍କରେ ୧୮ ଜଣ ଛାତ୍ରଛାତ୍ରୀ ରହିଛନ୍ତି । ୪୪ ଜଣ ଛାତ୍ରଛାତ୍ରୀ ଶତପ୍ରତିଶତ ମାର୍କ ଆଣିଛନ୍ତି।

ସର୍ବଭାରତୀୟ ସ୍ତରରେ ସିଧାସଳଖ ଇଞ୍ଜିନିୟରିଂ ପାଠକ୍ରମରେ ଛାତ୍ରଛାତ୍ରୀ ଆଡମିଶନ୍ ଏହାଦ୍ୱାରା କରିପାରିବେ। ଗତ ମାସ ୨୬, ୨୭, ୩୧ ଏବଂ ସେପ୍ଟେମ୍ବର ୧ ଓ ୨ ତାରିଖରେ ସାରା ଦେଶରେ ଅନୁଷ୍ଠିତ ହୋଇଥିଲା ଏହି ପରୀକ୍ଷା। ଦେଶର ପ୍ରାୟ ୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେଥିରୁ ରାଜ୍ୟର ପ୍ରାୟ ଲକ୍ଷେ ଛାତ୍ରଛାତ୍ରୀ ଅଛନ୍ତି। ଚଳିତବର୍ଷ ୪ଟି ପର୍ୟ୍ୟାୟରେ ଜେଇଇ ମେନ୍ ଅନୁଷ୍ଠିତ ହୋଇଥିଲା। ୪ଟି ପରୀକ୍ଷାରୁ ଛାତ୍ରଛାତ୍ରୀଙ୍କ ସର୍ବଶ୍ରେଷ୍ଠ ପ୍ରଦର୍ଶନକୁ ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ