Masthead

ଆସିଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ, ଆଗରେ ଛାତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ଶ୍ରେୀଣୀ ପରୀକ୍ଷା ଫଳ । ଏଥିରେ ମୋଟ ୯୯.୩୭% ଛାତ୍ରଛାତ୍ରୀ ପାସ କରିଛନ୍ତି । କରୋନା ପାଇଁ ପରୀକ୍ଷା ବନ୍ଦ ହୋଇ ବିକଳ୍ପ ଉପାୟରେ ମୂଲ୍ୟାୟନ କରାଯାଇ ଫଳ ପ୍ରକାଶ କରାଯାଇଛି । ତେବେ ଚଳିତ ବର୍ଷ ପୁଅଙ୍କ ତୁଳନାରେ ଝିଅଙ୍କ ପାସ ହାର ଅଧିକ ରହିଛି । ୭୦,୦୦୪ ଜଣ ଛାତ୍ରଛାତ୍ରୀ ୯୫ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି। ସେହିଭଳି ୧ ଲକ୍ଷ ୫୦ ହଜାର ୧୫୨ ଜଣ ଛାତ୍ରଛାତ୍ରୀ ୯୦ରୁ ଅଧିକ ପ୍ରତିଶତ ନମ୍ବର ରଖିଛନ୍ତି।

ଚଳିତ ବର୍ଷ ୧୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେବା ପାଇଁ ପଞ୍ଜିକରଣ କରିଥିଲେ। ତେବେ କରୋନା ଯୋଗୁ ପରୀକ୍ଷା କରାଯାଇପାରି ନଥିଲା। ସେଥିପାଇଁ ଏହି ଛାତ୍ରଛାତ୍ରୀମାନଙ୍କର ଦଶମ, ଏକାଦଶ ଓ ଇଣ୍ଟରନାଲ୍ ପରୀକ୍ଷାର ନମ୍ବରକୁ ନେଇ ବିକଳ୍ପ ବ୍ୟବସ୍ଥା ଯୋଗେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ କରାଯାଇଛି। ଦିଲ୍ଲୀ ରିଜଅନର ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ବେଶ୍ ଭଲ ହୋଇଛି। ଏଠାରେ ୯୯.୮୪ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା! 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା!