Masthead

ଓଲଟିଲା ମନ୍ତ୍ରୀଙ୍କ ପାଇଲଟ ଗାଡ଼ି

ଗଜପତି (ବଡ଼ ଖବର ବ୍ୟୁରୋ): ଗଜପତି ଜିଲ୍ଲା ଅଡବା ଥାନା ବିରିକୋଟ ନିକଟସ୍ଥ ହୁଲିଆପଦା ନିକଟରେ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ନେଇ ଯାଉଥିବା ପାଇଲଟ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଏହି ଗାଡିର ଡ୍ରାଇଭର ପି.ଏସ. ରାଓଙ୍କ ସମେତ ଗାଡିରେ ଥିବା ଏସଆଇ ଏଲ.ବିଶ୍ବନାଥ, କନେଷ୍ଟବଳ ଜିତୁ ପଟ୍ଟନାୟକ, କମଳା ଦେବୀ ଏବଂ ମଞ୍ଜୁଳା ଭୂୟାଁ ପ୍ରମୁଖ ଗୁରୁତର ଆହତ ହୋଇଛନ୍ତି। ଖବରପାଇ ଅଡବା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ବିରିକୋଟ ପ୍ରାଥମିକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଭୁବନେଶ୍ବରରୁ ରାୟଗଡ଼ ଅଭିମୁଖେ ଯାଉଥିବା ବେଳେ ତପ୍ତପାଣି ଠାରୁ ଗଜପତି ପୋଲିସ ନେଇ ରାୟଗଡ଼ ଜିଲ୍ଲା ସୀମା ଯାଏଁ ଛାଡ଼ିବାକୁ ଯାଉଥିଲା। ହୁଲିଆପଦା ନିକଟରେ ଜଣେ ବ୍ୟକ୍ତି ଫୋନରେ କଥା ହୋଇ ବାଇକ ଯୋଗେ ଯାଉଥିବା ବେଳେ ପାଇଲଟ ଗାଡ଼ି ସମ୍ମୁଖକୁ ଚାଲି ଆସିଥିଲେ । ଫଳରେ ସଂପୃକ୍ତ ବ୍ୟକ୍ତିଙ୍କୁ ବଞ୍ଚାଇବା ପାଇଁ ଯାଇ ଡ୍ରାଇଭର ଭାରସାମ୍ୟ ହରାଇ ବସିଥିଲେ। ଫଳରେ ଗାଡିଟି ଓଲଟି ପଡିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି