ଓଲଟିଲା ମନ୍ତ୍ରୀଙ୍କ ପାଇଲଟ ଗାଡ଼ି

ଗଜପତି (ବଡ଼ ଖବର ବ୍ୟୁରୋ): ଗଜପତି ଜିଲ୍ଲା ଅଡବା ଥାନା ବିରିକୋଟ ନିକଟସ୍ଥ ହୁଲିଆପଦା ନିକଟରେ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ନେଇ ଯାଉଥିବା ପାଇଲଟ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଏହି ଗାଡିର ଡ୍ରାଇଭର ପି.ଏସ. ରାଓଙ୍କ ସମେତ ଗାଡିରେ ଥିବା ଏସଆଇ ଏଲ.ବିଶ୍ବନାଥ, କନେଷ୍ଟବଳ ଜିତୁ ପଟ୍ଟନାୟକ, କମଳା ଦେବୀ ଏବଂ ମଞ୍ଜୁଳା ଭୂୟାଁ ପ୍ରମୁଖ ଗୁରୁତର ଆହତ ହୋଇଛନ୍ତି। ଖବରପାଇ ଅଡବା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ବିରିକୋଟ ପ୍ରାଥମିକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଭୁବନେଶ୍ବରରୁ ରାୟଗଡ଼ ଅଭିମୁଖେ ଯାଉଥିବା ବେଳେ ତପ୍ତପାଣି ଠାରୁ ଗଜପତି ପୋଲିସ ନେଇ ରାୟଗଡ଼ ଜିଲ୍ଲା ସୀମା ଯାଏଁ ଛାଡ଼ିବାକୁ ଯାଉଥିଲା। ହୁଲିଆପଦା ନିକଟରେ ଜଣେ ବ୍ୟକ୍ତି ଫୋନରେ କଥା ହୋଇ ବାଇକ ଯୋଗେ ଯାଉଥିବା ବେଳେ ପାଇଲଟ ଗାଡ଼ି ସମ୍ମୁଖକୁ ଚାଲି ଆସିଥିଲେ । ଫଳରେ ସଂପୃକ୍ତ ବ୍ୟକ୍ତିଙ୍କୁ ବଞ୍ଚାଇବା ପାଇଁ ଯାଇ ଡ୍ରାଇଭର ଭାରସାମ୍ୟ ହରାଇ ବସିଥିଲେ। ଫଳରେ ଗାଡିଟି ଓଲଟି ପଡିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ