ବନ୍ଧୁକ ଦେଖାଇ ଦୁଇ ଭାଇଙ୍କୁ ଅପହରଣ କଲେ ଦୁର୍ବୃତ୍ତ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ବନ୍ଧୁକ ଦେଖାଇ ଅପହରଣ । ଦୁଇ ଭାଇଙ୍କୁ ଅପହରଣ କଲେ ଦୁର୍ବୃତ୍ତ । ଗଞ୍ଜାମ ଥାନାଠୁ ୧୦୦ ମିଟର ଦୂରରେ ଘଟିଛି ଏଭଳି ଘଟଣା । ପୁଇଁତୋଳା ଛକ ଏକ ଦୋକାନରୁ ଦୁଇ ଭାଇଙ୍କୁ ବନ୍ଧୁକ ମୁନରେ ଉଠାଇ ନେଇଛନ୍ତି ଦୁର୍ବୃତ୍ତ । ଏକ ଢ଼ାବା ନିକଟରେ ଚା’ ଦୋକାନରୁ ଦୁଇ ଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ କେହି ଦୁର୍ବୁତ୍ତ ମାଉଜର ଦେଖାଇ ଉଠାଇ ନେଇଥିବା ଅଭିଯୋଗ ହୋଇଛି ।

୨ଟି କାର୍‌ରେ ପ୍ରାୟ ୪ ଜଣ ଯୁବକ ଦୋକାନ ପାଖରେ ପହଂଚି ପିସ୍ତଲ ଦେଖାଇ ସେମାନଙ୍କୁ ଅପହରଣ କରିଥିଲେ । ପରିବାର ଲୋକ ଗଞ୍ଜାମ ଥାନାରେ ଅଭିଯୋଗ କରିଥିଲେ । ଏହାକୁ ବିରୋଧ କରି ଅନ୍ୟ ଦୋକାନୀ ମାନେ ୧୬ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ । ଖବର ପାଇ ଗଞ୍ଜାମ ଥାନା ଆଇଆଇସି ସନ୍ତୋଷ କୁମାର ବେହେରା ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି । କିଏ କାହିଁକି ୨ ଭାଇଙ୍କୁ ଅପହରଣ କରିଛି ଏପର୍ଯ୍ୟନ୍ତ ଜଣାପଡିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’