Masthead

ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବିଳମ୍ବିତ ରାତିରେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଆକ୍ରମଣ କରି ମୋବାଇଲ ଓ ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ  | ସୂଚନା ଅନୁଯାଇ ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ରାଣୀତାଲରୁ ବାଲିଖଣ୍ଡ ଯିବା ରାସ୍ତାରେ ଥିବା ଦିବ୍ୟସାଇ ପେଟ୍ରୋଲ ପମ୍ପରେ ଗତକାଲି ବିଳମ୍ବିତ ରାତିରେ 3 ଜଣ ଦୁର୍ବୁତ୍ତ ଆସି ପେଟ୍ରୋଲ ନେବା ବାହାନାରେ ସେଠାରେ କାର୍ଯ୍ୟରତ ଥିବା ପୂର୍ଣ୍ଣଚନ୍ଦ୍ରଙ୍କୁ ଡାକିଥିଲେ |

ପୁର୍ଣଚନ୍ଦ୍ର ରାତିରେ ଶୋଇପଡ଼ିଥିବାରୁ ଉଠିବାରେ ବିଳମ୍ବ ହୋଇଥିଲା ;ତେଣୁ ଦୁର୍ବୁତ୍ତମାନେ କବାଟ ବାଡ଼େଇ ତାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ | ପରେ ପୂର୍ଣ୍ଣଚନ୍ଦ୍ର ଉଠି କବାଟ ଖୋଲିବା ପରେ 3 ଜଣ ଦୁର୍ବୁତ୍ତ ତାଙ୍କ ହାତରୁ ମୋବାଇଲ ଛଡ଼ାଇ ନେବା ସହ ମାଡ ମାରି ତାଙ୍କ ପାଖରେ ଥିବା 42 ହଜାର ଟଙ୍କା ନେଇ ପଳାଇଯାଇଥିଲେ | ଯାହା ସିସି କେମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି | ଏବାଦରେ ପୂର୍ଣ୍ଣଚନ୍ଦ୍ର  ସିମୁଳିଆ ଥାନାରେ ଲିଖିତ ଅଭିଯୋଗ ଦେବା ପରେ ସିମୁଳିଆ ପୋଲିସ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି |

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା