Masthead

ବାଖମୁଟରୁ ପଛଘୁଞ୍ଚା ଦେଉଛି ରୁଷ ସେନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ଜାରି ରହିଛି ରୁଷ-ୟୁକ୍ରେନ ଯୁଦ୍ଧ । ୟୁକ୍ରେନ ଉପରେ ହମଲା ଜୋରଦାର କରିଚାଲିଛି ଋଷ । କିଛି ଦିନ ତଳେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ହୋଇଥିଲା । ପୁଟିନଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ୟୁକ୍ରେନ ଏହି ଡ୍ରୋନ ଆକ୍ରମଣ କରାଇଥିବା ଋଷର ଅଭିଯୋଗ ହୋଇଥିଲା । କିନ୍ତୁ ଏବେ ୟୁକ୍ରେନର ବାଖମୁଟରୁ ରୁଷ୍ ସେନା ପଛଘୁଞ୍ଚା ଦେଇ ପଳାୟନ କରୁଥିବା ବୁଧବାର ୟୁକ୍ରେନ୍‌ ପକ୍ଷରୁ କୁହାଯାଇଛି।

ପୁଟିନଙ୍କ ସେନାର ବାଖମୁଟ ଅଭିଯାନ ଏକ କଷ୍ଟକର ସାମରିକ ଅପରେସନ ବୋଲି କ୍ରେମଲିନ ସ୍ବୀକାର କରିଥିବା ୟୁକ୍ରେନ୍ କହିଛି। ୟୁକ୍ରେନ୍‌ର ପ୍ରତିଆକ୍ରମଣ ସେମାନଙ୍କୁ ପଛକୁ ହଟିବାକୁ ବାଧ୍ୟ କରିଛି। ୟୁକ୍ରେନ୍‌ର ଏକ ୟୁନିଟ୍‌ର ଦାବି ଅନୁସାରେ ବାଖମୁଟରେ ଜୋରଦାର ଆକ୍ରମଣ କରିଥିବା ରୁଷ୍ ସେନା ସେଠାରୁ ଏବେ ପଛଘୁଞ୍ଚା ଦେବାରେ ଲାଗିଛି। ସେମାନେ ପୂର୍ବରୁ ଦଖଲ କରିଥିବା ଅଞ୍ଚଳ ଛାଡ଼ି ପଳାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’