Masthead

ଲକଡାଉନ ଓ ସଟଡାଉନ ନିଷ୍ପତ୍ତି ନେଇପାରିବେ ସରପଞ୍ଚ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ମୁକାବିଲା ପାଇଁ ସୋମବାର ବସିଥିଲା ସର୍ବଦଳୀୟ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ବଡ଼ ଘୋଷଣା । ୨୪ ମଇରୁ ତିନି ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ସର୍ଭେ କରିବେ ଆଶା କର୍ମୀ । ସେମାନଙ୍କୁ ମିଳିବ ପ୍ରୋତ୍ସାହନ । କୋଭିଡ଼ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତି ସାମିଲ ହେବ । ଏଥିପାଇଁ ଗାଁ କଲ୍ୟାଣ ସମିତିକୁ ଦିଆଯିବ ପ୍ରୋତ୍ସାହନ ।

ପରିସ୍ଥିତିକୁ ଦେଖି ଗାଁରେ ଲକ୍‌ଡାଉନ ଓ ସଟଡାଉନ୍ ସଂପର୍କରେ ସରପଞ୍ଚମାନେ ନିଷ୍ପତ୍ତି ନେଇପାରିବେ । କୋଭିଡରେ ମୃତ ବ୍ୟକ୍ତିଙ୍କ ପିଲାଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସାମିଲ କରାଯିବ । ସେମାନଙ୍କୁ ମାଗଣା ଶିକ୍ଷା ଦେବେ ସରକାର । ଅକ୍ସିଜେନ ଯୋଗାଣର ସୁପରିଚାଳନା ପାଇଁ ଗଠନ ହେବ ଟାସ୍କଫୋର୍ସ । ମାଷ୍ଟରପ୍ଲାନ ପ୍ରସ୍ତୁତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ