Masthead

ଏପ୍ରିଲରୁ ଲାଗୁ ହୋଇପାରେ ସ୍କ୍ରାପ ପଲିସି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୫ ବର୍ଷରୁ ଅଧିକ ପୁରୁଣା ଗାଡ଼ି ହଟାଇବାକୁ କେନ୍ଦ୍ର ସରକାର ସ୍କ୍ରାପ ପଲିସି ଆଣିଛନ୍ତି । ଆସନ୍ତା ଏପ୍ରିଲରୁ ଏହା ଲାଗୁ ହେବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ତେବେ ଓଡ଼ିଶାରେ ଏହାକୁ କାର୍ଯ୍ୟକାରୀ କରାଯିବା ନେଇ କୌଣସି ନିଷ୍ପତି ହୋଇନଥିବା ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗଣମାଧ୍ୟମକୁ କହିଛନ୍ତି । ସ୍କ୍ରାପ ପଲିସି ନେଇ ମନ୍ତ୍ରୀ କହିଛନ୍ତି ଗାଡ଼ି ଯଦି ଖରାପ ଥିବ ସେ ସଙ୍କ୍ରାନ୍ତରେ ବିଚାର କରାଯିବ ।ଯଦି ଗାଡ଼ି ଠିକ ଥିବ ହଟାଇବା କଷ୍ଟ । ଫିଟନେସ ଥିବା ଗାଡ଼ି ଚାଲିବ ।

ପଞ୍ଜିକରଣ କରି ଗାଡ଼ି ଚାଲିପାରିବ । ସ୍କ୍ରାପ ପଲିସ ଦ୍ୱାରା ଲୋକେ କ୍ଷତିରେ ପଡ଼ିବେ । ପଲିସି ଲାଗୁ ନେଇ ରାଜ୍ୟ କିଛି ନୀତିଗତ ନିଷ୍ପତ୍ତି ନେଇନି । କେତେକ ପୁରୁଣା ଗାଡ଼ି ଅଛି ବିଭାଗ ତଥ୍ୟ ଦାଖଲ କରୁଛି । ସେହିପରି ଇ-ଭେହିକିଲ କାର୍ଯ୍ୟକ୍ଷମ ନେଇ ପରିବହନ ମନ୍ତ୍ରୀ କହିଛନ୍ତି , ଯିଏ ଇ-ଭେହିକିଲ କିଣିବ ରାଜ୍ୟ ସରକାର ତାଙ୍କୁ ପ୍ରୋତ୍ସାହନ ଦେବେ । ନୂଆ ଆଇନ ଆସିବା ପରେ ନିଷ୍ପତ୍ତି ହୋଇଛି । ଚାର୍ଜିଂ ଷ୍ଟେସନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଭାଗୀୟ ଆଲୋଚନା ଚାଲିଛି । ଖୁବଶୀଘ୍ର ଏ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା