Masthead

ଆଜି ଠାରୁ ସାମ୍ୱାଦିକଙ୍କୁ କରୋନା ଟିକାର ଦ୍ବିତୀୟ ଡୋଜ୍

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଶନିବାର ଠାରୁ ରାଜଧାନୀରେ ଆରମ୍ଭ ହେବ ସାମ୍ୱାଦିକଙ୍କୁ ଟିକାକରଣ କାର୍ଯ୍ୟକ୍ରମର ଦ୍ବିତୀୟ ପର୍ୟ୍ୟାୟ । ବିଏମସି ପକ୍ଷରୁ ଆରମ୍ଭ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଅପରାହ୍ଣ ୩ଟାରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିବ । ଏହି ସମୟ ମଧ୍ୟରେ ରାଜ୍ୟ ସରକାରଙ୍କ ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା କାର୍ଡ଼ଧାରୀ ସାମ୍ବାଦିକମାନେ ଟିକା ନେଇପାରିବେ ।

ବିଏମସି ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଆଇଆରସି ଭିଲେଜ ନୟାପଲ୍ଲୀ ସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦ୍ବିତୀୟ ଡୋଜ ଟିକା ପ୍ରଦାନ କରାଯିବ । ଯେଉଁମାନେ ପୂର୍ବରୁ ଅନୁଷ୍ଠିତ ସ୍ବତନ୍ତ୍ର ଟିକାକରଣ କାର୍ଯ୍ୟକ୍ରମରେ ପ୍ରଥମ ଡୋଜ ଟିକା ନେଇଛନ୍ତି, ସେମାନଙ୍କୁ ଏଠାରେ ଦ୍ବିତୀୟ ଡୋଜ ଟିକା ଦିଆଯିବ । ଏହି କାର୍ଯ୍ୟକ୍ରମ ଆସନ୍ତା ସୋମବାର ଓ ମଙ୍ଗଳବାର ସକାଳ ସାଢ଼େ ୯ଟାରୁ ଦିନ ଗୋଟାଏ ଓ ଅପରାହ୍ଣ ୩ଟାରୁ ସଂଧ୍ୟା ୬ଟା ପର୍ୟ୍ୟନ୍ତ ଚାଲୁ ରହିବ । ଏଣୁ ନିର୍ଦ୍ଧାରିତ ସ୍ଥାନ ଓ ସମୟରେ ଉପସ୍ଥିତ ରହି ଟିକା ନେବାକୁ ବିଏମ୍‌ସି ପକ୍ଷରୁ ଅନୁରୋଧ କରାଯାଇଛି । ଟିକା ନେବାକୁ ଥିବା ସାମ୍ବାଦିକମାନଙ୍କ ତାଲିକା ବିଏମସି ପକ୍ଷରୁ ପ୍ରକାଶ ପାଇଛି । ଏହି ତାଲିକା ଅନୁସାରେ ସାମ୍ବାଦିକମାନେ ଉପସ୍ଥିତ ରହିବାକୁ ଅନୁରୋଧ କରିଛି ବିଏମସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି