Masthead

କେବେ ଖୋଲିବ ରତ୍ନଭଣ୍ଡାର ଆଜି ବଡ଼ ନିଷ୍ପତ୍ତି !

ପୁରୀ (ବଡ଼ ଖବର ବ୍ୟୁରୋ): କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ପାଇଁ ଘଟିପାରେ ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆଜି ହୋଇପାରେ ବଡ଼ ନିଷ୍ପତ୍ତି। ଆଜି ଶ୍ରୀମନ୍ଦିର କାର୍ୟ୍ୟାଳୟରେ ବସିବ ନବଗଠିତ ରତ୍ନଭଣ୍ଡାର ତଦାରଖ କମିଟିର ଦ୍ବିତୀୟ ବୈଠକ। ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ କମିଟିର ବୈଠକ ବସିବ ।

କମିଟି ନିକଟରେ ଆଜି ଜିଲ୍ଲା ଟ୍ରେଜରୀରେ ଥିବା ରତ୍ନଭଣ୍ଡାରରେ ଡୁପ୍ଲିକେଟ ଚାବି ଦାଖଲ କରାଯିବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ୱ ଦିଆଯାଇଛି । ତିନି ଠାକୁର ବଡ଼ଦେଉଳରୁ ରଥଯାତ୍ରାରେ ବାହାରି ଜନ୍ମବେଦୀକୁ ଯାତ୍ରା କରିଛନ୍ତି । ତେଣୁ ଏହି ସମୟ ଭିତରେ ରତ୍ନଭଣ୍ଡାର ଖୋଲି, ଭଣ୍ଡାରରେ ଥିନା ରତ୍ନପଥର, ଅଳଙ୍କାରର ଗଣତି ମଣତି ସହ ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକ ହେଲେ ମରାମତି କରାଯିବ । ସେନେଇ ଆଜି ହେବାକୁ ଥିବା ଦ୍ୱିତୀୟ ବୈଠକରେ ରତ୍ନଭଣ୍ଡାର ଖୋଲିବା ସମ୍ପର୍କରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ଅଧିକ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ