Masthead

ଆଜିଠୁ ସଂସଦରେ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ସଂସଦରେ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ । । ଦ୍ବିତୀୟ ପର୍ୟ୍ୟାୟ ବଜେଟ ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଗୃହୀତ ହେବାର କାର୍ଯ୍ୟକ୍ରମ ଅଛି । ରାଜ୍ୟସଭାରେ ୨୬ଟି ବିଲ୍‌ ଏବଂ ୯ଟି ବିଲ୍‌ ଲୋକସଭାରେ ଗୃହୀତ ହେବାପାଇଁ ପଡ଼ି ରହିଛି। ୨ଟି ବିଲ୍‌ ତଥା ବହୁ ମଲ୍ଟି ଷ୍ଟେଟ୍‌ କୋଅପରେଟିଭ୍‌ ବିଲ୍‌-୨୦୨୨ ଏବଂ ଜନ ବିଶ୍ୱାସ ବିଲ୍‌ , ୨୦୨୨କୁ ଗତ ଶୀତ ଅଧିବେଶନରେ ସରକାରଙ୍କର ଏକ ଯୁଗ୍ମ କମିଟିକୁ ପଠାଯାଇଥିଲା। ଏହି ବିଲ୍‌କୁ କମିଟି ଦ୍ୱାରା ଯାଞ୍ଚ କରାଯାଉଛି। ମଲ୍ଟି ଷ୍ଟେଟ୍‌ କୋଅପରେଟିଭ୍‌ ବିଲ୍‌ ସଂକ୍ରାନ୍ତରେ ଆଲୋଚନା କରିଥିବା‌ ସିପି ଯୋଶୀଙ୍କ ନେତୃତ୍ୱାଧୀନ କମିଟି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନରେ ଏହାର ରିପୋର୍ଟ ଦାଖଲ କରିବ।

ଏହି ଅଧିବେଶନ ମାର୍ଚ୍ଚ ୧୩ରୁ ଆରମ୍ଭ ହୋଇ ଏପ୍ରିଲ ୬ରେ ଶେଷ ହେବ । ଦ୍ବିତୀୟ ପର୍ୟ୍ୟାୟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିରୋଧୀ ନେତାମାନେ ଏକ ବୈଠକ କରିବେ। ସକାଳ ପ୍ରାୟ ୧୦ଟା ସମୟରେ ସେମାନେ ରାଜ୍ୟସଭାରେ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିବେ। ସରକାରଙ୍କ ଦ୍ବାରା କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ଅପବ୍ୟବହାର, ଆଦାନି ଗ୍ରୁପ୍‌ ବିରୋଧରେ ଅଭିଯୋଗ, ଚୀନ୍‌ ସହ ସୀମା ବିବାଦ, ଦରବୃଦ୍ଧି ଏବଂ ବେକାରୀ ସମସ୍ୟା ଭଳି ବିଭିନ୍ନ ପ୍ରସଙ୍ଗ ବିରୋଧୀ ଉଠାଇବେ। ପ୍ରଥମ ପର୍ଯ୍ୟାୟ ବଜେଟ୍ ଅଧିବେଶନ ସମୟରେ ବିରୋଧୀ ଦଳଗୁଡିକ ଆଦାନି-ହିଣ୍ଡେନବର୍ଗ ପ୍ରସଙ୍ଗ ଉଠାଇ ଗୃହକୁ ଅଚଳ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା