Masthead

ଆଜିଠୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ

ଭୁବନେଶ୍ୱର (ବଡ଼ ଖବର ): ଆଜିଠୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ । କାଲିଠାରୁ ରାଜ୍ୟର ଅନ୍ୟ ଜିଲ୍ଲା ମାନଙ୍କରେ ଆରମ୍ଭ ହେବ ଟିକାକରଣ ପ୍ରକ୍ରିୟା । ରାଜ୍ୟରେ ୩ଲକ୍ଷ ୫୦ହଜାର ୭୨୬ ସ୍ୱାସ୍ଥ୍ୟ କର୍ମୀଙ୍କୁ ଟିକା ଦେବାର ଲକ୍ଷ୍ୟ ରଖାଯାଇଛି । ଏବଂ ଏପର୍ଯ୍ୟନ୍ତ ରାଜ୍ୟରେ ୧ଲକ୍ଷ ୭୭ହଜାର ୯୦ଜଣ ଟିକା ନେଇସାରିଛନ୍ତି । ତେବେ ଫେବୁଆରୀ ୧୦ ପର୍ଯ୍ୟନ୍ତ ଏହି ଟିକାକରଣ ପ୍ରକ୍ରିୟା ଚାଲିବ । କେଉଁ ଦିନ କେଉଁଠାରେ ଟିକାକରଣ କରାଯିବ ସେ ନେଇ ଜିଲ୍ଲା ସ୍ତରରୁ ମାଇକ୍ରୋ ପ୍ଲାନ ଆସିବା ପରେ ଜଣାପଡିବ । ଏବଂ କେତେଜଣଙ୍କୁ ଟିକା ଦିଆଯିବ ସେ ନେଇ ମଧ୍ୟ ଜିଲ୍ଲା ଗୁଡିକ ରିପୋର୍ଟ ଦେବେ । ଏଥିସହ ଯେଉଁମାନେ ପଞ୍ଜୀକୃତ ହୋଇ ମଧ୍ୟ ଟିକା ନେଇନାହାଁନ୍ତି ସେମାନଙ୍କୁ ପର୍ଯ୍ୟାୟକ୍ରମେ ପୁଣି ଡକାଯାଇ ଟିକା ଦିଆଯିବ ବୋଲି ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ