Masthead

ଆଜିଠୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ୨ ପରୀକ୍ଷା । ଆଜିଠୁ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମସ୍ତ ପରୀକ୍ଷା ହେବ। ପ୍ରଥମ ଦିନରେ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କର ଓଡ଼ିଆ ପରୀକ୍ଷା ଅଛି। କାଲିଠୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ । ୨୦ ତାରିଖରୁ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ । ୨୨ ତାରିଖରେ ବିଜ୍ଞାନ ଛାତ୍ରଛାତ୍ରୀଙ୍କର ଇଂରାଜୀ ପରୀକ୍ଷା ଅଛି ।

୨୫ ତାରିଖରେ କଳା ଓ ବାଣିଜ୍ୟ ପିଲାଙ୍କର ଇଂରାଜୀ ପରୀକ୍ଷା ହେବ । ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଛନ୍ତି । ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଅଛନ୍ତି । ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ