Masthead

ପୁଣି ମିଳିଲା ପେଟି ପେଟି ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଉ ଜଣେ ମଦଭାଟି ମ୍ୟାନେଜରଙ୍କ ଘରେ ପୁଣି ଠାବ ହେଲା ଟଙ୍କାର ପାହାଡ଼ । ବଲାଙ୍ଗିର ସୁଦପଡ଼ା ସ୍ଥିତ ମଦ ଭାଟି ମ୍ୟାନେଜର ବଣ୍ଟିଙ୍କ ଘରେ ଆୟକର ବିଭାଗ ଚଢ଼ାଉ କରି ପ୍ରାୟ ୨୦ ପେଟି ଟଙ୍କା ଜବତ କରିଛି । ଆୟକର ବିଭାଗ ପକ୍ଷରୁ ପୋଲିସ ଉପସ୍ଥିତିରେ ମଦଭାଟି ମ୍ୟାନେଜରଙ୍କ ଘରେ ଚଢାଉ କରି ବିପୁଳ ପରିମାଣର ଟଙ୍କା ଜବତ କରିଛି । ପ୍ରାୟ ୫୦ କୋଟି ଟଙ୍କା ହୋଇଥିବା ଅନୁମାନ କରାଯାଉଛି ।

କଡା ସୁରକ୍ଷାରେ ଜବତ ଟଙ୍କାକୁ ୨୦ଟି ବ୍ୟାଗ, ପେଟି ଓ ଟିଣ ବାକ୍ସରେ ଭର୍ତ୍ତି  କରି ଏସବିଆଇ ଶାଖାକୁ ନିଆଯାଇଛି । ଟଙ୍କା ପେଟି ବୋହିବାକୁ ୭ରୁ ୮ ଜଣ ଶ୍ରମିକଙ୍କୁ ନିୟୋଜିତ କରାଯାଇଥିଲା । ଟଙ୍କା ଗଣିବା ସମୟରେ ମେସିନ୍ ଅଚଳ ହୋଇଥିବା ଜଣାପଡ଼ିଛି । ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ ୧୦ ଦିନ ତଳେ ବଲାଙ୍ଗୀରକୁ ବଡ ବଡ ବ୍ୟାଗରେ ଟଙ୍କା ଭର୍ତ୍ତି ହୋଇ ସୁଦପଡାର ଭାଟି ମ୍ୟାନେଜରଙ୍କ ଘରକୁ ଆସିଥିଲା ।

ସେପଟେ ଚଢ଼ାଉ ବେଳେ ବୌଦ୍ଧ ଜିଲ୍ଲାରେ ସାଂଘାତିକ ଘଟଣା ଦେଖିବାକୁ ମିଳିଛି । ହରଭଙ୍ଗା ବ୍ଲକ ସାମ୍ପୋଚ ପଂଚାୟତର ତିତିରିକଟାରେ ଥିବା ଡିଷ୍ଟିଲାରୀ ପାଚେରୀ ବାହାରେ ପୁଳାପୁଳା ୫ଶହ ଟଙ୍କିଆ ନୋଟ୍ ପଡ଼ିଥିବା ଦେଖିବାକୁ ମିଳିଥିଲା । କିଛି ଚିରାଫଟା ନୋଟ୍ ମଧ୍ୟ ଥିଲା । ତା’ଛଡ଼ା କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପଡ଼ିଥିବା ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା