Masthead

ଭାରତରେ ସ୍ପୁଟନିକ-ଭି ଟିକା ଉତ୍ପାଦନ କରିବ ସିରମ ଇନଷ୍ଟିଚ୍ୟୁଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତରେ ସ୍ପୁଟନିକ-ଭି ଟିକା ଉତ୍ପାଦନ କରିବ ସିରମ ଇନଷ୍ଟିଚ୍ୟୁଟ । ବୁଧବାର କମ୍ପାନୀ ଡିସିଜିଆଇକୁ ଉତ୍ପାଦନ ପାଇଁ ଅନୁମତି ମାଗିଥିଲା । ଆଜି ଏହା ଉପରେ ମୋହର ମାରିଛି ଡିସିଜିଆଇ । ସମ୍ପୂର୍ଣ୍ଣ ପରୀକ୍ଷଣ, ଯାଞ୍ଚ ଓ ବିଶ୍ଲେଷଣ ପାଇଁ ସେରମକୁ ସ୍ଫୁଟନିକ ଭି ଟିକା ଉତ୍ପାଦନ ପାଇଁ ଅନୁମତି ମିଳିଛି । କମ୍ପାନୀ ତା’ର ହଦପସର ପ୍ରତିଷ୍ଠାନରେ ଏହାର ଉତ୍ପାଦନ କରିବ। ଏଥିପାଇଁ କିଛି ସର୍ତ୍ତ ମଧ୍ୟ ଲାଗୁ କରାଯାଇଛି । ହଦପସର ପ୍ରତିଷ୍ଠାନରେ ସ୍ପୁଟନିକ ଭି ଟିକାକୁ ବିକଶିତ କରିବା ପାଇଁ ସେରମ ରୁଷର ମସ୍କୋରେ ଥିବା ଗାମେଲିୟା ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ଅଫ ଏପିଡେମୋଲୋଜି ଓ ମାକ୍ରୋବାୟୋଲିଜି ସହ ଅନୁବନ୍ଧିତ ହୋଇଥିଲା। ସେରମ ପକ୍ଷରୁ କୁହାଯାଇଛି, ବର୍ତ୍ତମାନ ଆମକୁ ପ୍ରାଥମିକ ଅନୁମତି ମିଳିଛି।

କେବଳ ଟିକାର ପରୀକ୍ଷଣ ଓ ବିଶ୍ଲେଷଣ ଆମେ କରିବୁ। ପ୍ରକୃତରେ ସ୍ପୁଟନିକ ଭି ଟିକା ଉତ୍ପାଦନ ପାଇଁ ଆଉ କିଛି ମାସ ଲାଗିବ। ତେବେ ବର୍ତ୍ତମାନ ଆମର ଫୋକ୍ସ କୋଭିସିଲ୍ଡ ଓ କୋଭାକ୍ସ ଉତ୍ପାଦନ ଉପରେ ରହିଛି। ଭାରତର ୭ନଂ କମ୍ପାନୀମାନେ ସେରମ ସ୍ପୁଟନିକ-ଭି ଟିକାର ଉତ୍ପାଦନ ମଧ୍ୟ କରିବ। ସେରମ ଜୁନ୍‌ ମାସରେ ୧୦ କୋଟି କୋଭିସିଲ୍ଡ ଟିକା ଉତ୍ପାଦନ କରିବ ବୋଲି ଭାରତ ସରକାରଙ୍କୁ କହିଛି। ଏଥିସହ ନୋଭାକ୍ସ ଟିକା ମଧ୍ୟ ସେରମ ଉତ୍ପାଦନ କରୁଛି। ଏବେ କମ୍ପାନୀ ସ୍ପୁଟନିକ-ଭି ଉତ୍ପାଦନ କରିବାକୁ ଅନୁମତି ପାଇଛି। ଅନ୍ୟପକ୍ଷରେ ବିଶ୍ୱସ୍ତରରେ ସ୍ପୁଟନିକ ଭିର ମାର୍କେଟିଂ କରୁଥିବା ରୁଷିଆର ଆରଡିଆଇଏଫ ଭାରତରେ ଏହାର ଉତ୍ପାଦନ ପାଇଁ ୬ଟି କମ୍ପାନୀ ସହ ଚୁକ୍ତି କରିଛି। ଏମାନଙ୍କ ମଧ୍ୟରେ ଡା ରେଡ୍ଡି ଲ୍ୟାବ, ଗ୍ଲାଣ୍ଡ ଫାର୍ମା, ହେଟ୍ରୋ ବାୟୋଫାର୍ମା, ପାନେସିୟା ବାୟୋଟେକ, ଷ୍ଟେଲିସ ବାୟୋଫାର୍ମା ଓ ଭୀରକୋ ବାୟୋଟେକ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ 🔴 ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ 🔴 ଲୋକାର୍ପିତ ହେଲା ଦୈନିକ ଖବର କାଗଜ ‘ସମାଲୋଚନା’ 🔴 ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ 🔴 ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ 🔴 ଲୋକାର୍ପିତ ହେଲା ଦୈନିକ ଖବର କାଗଜ ‘ସମାଲୋଚନା’ 🔴 ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ