ଖୁବଶୀଘ୍ର ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ରାଜ୍ୟରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ। ଶ୍ରେଣୀଗୃହରେ ବସି ପାଠ ପଢିବେ ଛାତ୍ରଛାତ୍ରୀ। ଏବେ ବି କରୋନା ସଂକ୍ରମଣର ଭୟ ଥିବାରୁ ସ୍କୁଲ ଖୋଲିବା ପରେ ସଚେତନତା ଓ ସୁରକ୍ଷା ଉପରେ ଗୁରୁତ୍ୱ ଦେବେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ। ଏନେଇ ଆୟୋଗ ପକ୍ଷରୁ ଆସନ୍ତା ୨୦ ତାରିଖରୁ ରାଜ୍ୟବ୍ୟାପୀ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ। ୪୦ ଦିନ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ ।

ଏହା ପୂର୍ବରୁ ୧୯ ତାରିଖରେ ଶିଶୁ ବିଧାନସଭାର ଆୟୋଜନ କରାଯିବ। କାର୍ଯ୍ୟକ୍ରମ ବିଧାନସଭା ପରିସରରେ କରିବା ପାଇଁ ଆୟୋଗ ଯୋଜନା କରିଥିବାବେଳେ ଏଥିପାଇଁ ବାଚସ୍ପତିଙ୍କ ଅନୁମତିକୁ ଅପେକ୍ଷା ରହିଛି। ଅନୁମତି ନମିଳିଲେ ଜୟଦେବ ଭବନରେ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ଶିଶୁମାନଙ୍କୁ ସାମିଲ କରାଯିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ