Masthead

ମା’ର ଶେଷ ଇଛା ପୂରଣ କଲା ପୁଅ

ପୁରୀ(ବଡ଼ ଖବର ବ୍ୟୁରୋ): ମା’ର ଶେଷ ଇଛା ପୂରଣ କଲା ପୁଅ। ବୋଝରେ ବୋହି ଆଣି କରାଇଲା ଜଗା ଦର୍ଶନ। ଆଜି ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ। କଟକ ପାଟସୁନ୍ଦରପୁର ଅଞ୍ଚଳର‌ ବୃଦ୍ଧା ସାରଦା ବେହେରାଙ୍କୁ ତାଙ୍କ ପୁଅ ବୋଝରେ ବୋହି ଆଣି ଆଜି ମହାପ୍ରଭୁଙ୍କ ଦର୍ଶନ କରାଇଛନ୍ତି। ମା ର ଶେଷ ଇଛା ପୂରଣ କରି ସେ ନିଜକୁ ବେଶ୍ ଭାଗ୍ୟବାନ ମନେ କରିଛନ୍ତି।ବୟସର ଅପରାହ୍ନରେ ପହଞ୍ଚିଥିବା ସାରଦା ମହାପ୍ରଭୁଙ୍କ ଟିକେ ଦର୍ଶନ ପାଇଁ ନିଜ ପୁଅକୁ କହିଥିଲେ। ତେବେ କାଳିଆର ଡୋରି ଆଜି ତାଙ୍କୁ ପୁରୀ ଟାଣି ଆଣିଥିଲା।

ସବୁ କଷ୍ଟ ଭୁଲି ମା ଙ୍କୁ ବୋଝରେ ବୋହି ସିଂହଦ୍ଵାର ପାଖକୁ ଆଣିଥିଲେ ପୁଅ। ସେଠାରେ ଥିବା ଶ୍ରୀମନ୍ଦିର ସୁବେଦାର ମଧ୍ୟ ତାଙ୍କୁ ସାହାଯ୍ୟ କରିଥିଲେ। ଶ୍ରୀମନ୍ଦିର ସୁବେଦାର ନିଜେ କାନ୍ଧ ଲଗାଇ ବୋଝ ସାହାଯ୍ୟରେ ବୃଦ୍ଧା ମା ଙ୍କୁ ସିଂହଦ୍ଵାର ପାଖକୁ ନେଇ ଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଶ୍ରୀମନ୍ଦିର କର୍ମଚାରୀ ମାନେ ବୃଦ୍ଧା ମା ଙ୍କୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଭିତରକୁ ନେଇଥିଲେ। ଜଗା ଦର୍ଶନ କରି ଜୀବନର ସବୁ ଅଭିଳାଷ ପୂର୍ଣ୍ଣ ହୋଇଗଲା ବୋଲି ସାରଦା କହିଥିଲେ। ତେବେ ସାରଦାଙ୍କୁ ତାଙ୍କ ପୁଅ ଏଭଳି ବୋଝରେ ବୋହି ଆଣୁଥିବା ବେଳେ ଶ୍ରୀମନ୍ଦିର ଦର୍ଶନରେ ଆସୁଥିବା ଭକ୍ତ ମାନେ ଶ୍ରବଣ କୁମାରଙ୍କ କଥା ମନେ ପକାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ