Masthead

ପୁରୁଣା ଶତ୍ରୁତାକୁ ନେଇ ଦାଦାଙ୍କୁ ହାଣିଲା ପୁତୁରା

ନିଶ୍ଚିନ୍ତକୋଇଲି (ବଡ଼ ଖବର ବ୍ୟୁରୋ): ପୁତୁରାର ଭୁଜାଲି ଚୋଟରେ ଦାଦା ଗୁରୁତର। ବିଲରେ ଧାନ ରୋଉଥିବା ବେଳେ ପଛପଟୁ ଡାହାଣ ଗୋଡକୁ ହାଣିଲା ପୁତୁରା। ଗୁରୁତର ଦାଦା ସେକ୍ କବୀରଙ୍କୁ ରକ୍ତାକ୍ତ ଅବସ୍ଥାରେ ପ୍ରଥମେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ପୁତୁରା ସେକ୍ ଧନା ପଳାଇ ଯାଉଥିବା ବେଳେ ଗାଁ ଲୋକେ ଗଛରେ ବାନ୍ଧି ପୋଲିସକୁ ଖବର ଦେଇଥିଲେ । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା କଟିକଟା ପଂଚାୟତରେ ।

ପାଟସାଇଲୋ ଗାଁରେ ସୋମବାର ଅପରାହ୍ନରେ ବିଲରେ ସେକ୍ କବୀର ଧାନ ରୋଉଥିବା ବେଳେ ପଛପଟୁ ତାଙ୍କ ପୁତୁରା ସେକ୍ ଧନା ଏକ ଭୁଜାଲି ଧରି ଆସି ପଛପଟୁ କବୀରଙ୍କ ଡ଼ାହାଣ ଗୋଡ଼କୁ ହାଣି ଦୌଡି ପଳାଉଥିଲା । ଏହା ଦେଖି ଗାଁ ଲୋକେ ପୁତୁରାକୁ କାବୁ କରିଥିଲେ । ହାତରେ ମାରଣାସ୍ତ୍ର ଥିବାରୁ ଲୋକମାନେ ଏକାଠି ହୋଇ ଧନାକୁ ଏକ ଗଛରେ ବାନ୍ଧି ଦେିଥିଲେ । ପରେ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଧନାକୁ ଉଦ୍ଧାର କରି ଥାନାକୁ ନେଇଛି। ପୂର୍ବ ଶତ୍ରୁତାକୁ ନେଇ ଏହି ଆକ୍ରମଣ ହୋଇଥିବା ଜଣାପଡ଼ିଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି