Masthead

ବାପାର ଜୀବନ ନେଲା ପୁଅ

ବଜ୍ରପାଲି(ବଡ଼ ଖବର ବ୍ୟୁରୋ): ପୁଅର ହାତୁଡି ପ୍ରହାରରେ ବାପାର ମୃତ୍ୟୁ । ଯାଜପୁର ଜିଲ୍ଲା ଦାନଗଦି ବ୍ଳକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତରେ ଗୁରୁବାର ବିଳମ୍ବିତ ରାତିରେ ବଜ୍ରପଲ୍ଲୀ ଗ୍ରାମରେ ପୁଅର ହତୁଡି ପାହାରରେ ବାପାଙ୍କ ମୃତ୍ୟୁ ଘଟିଛି। ସୂଚନା ମୂତାବକ କୋଣସି ଏକ କାରଣକୁ ନେଇ ବାପା ଭରତ ପରିଡା ଓ ପୁଅ ଅର୍ଜୁନ ପରିଡା ମଧ୍ୟରେ ପ୍ରଥମେ ବଚସା ହୋଇଥିଲା ।

ପରେ ଏହା ଉଗ୍ରରୂପ ନେଇଥିଲା । ଯାହାକୁ କେନ୍ଦ୍ରକରି ପୁଅ ଏକ ହାତୁଡି ଧରି ବାପାକୁ ଆକ୍ରମଣ କରିଥିଲା । ପରେ ସେଠାରେ ହିଁ ବାପା ଭରତ ପରିଡା ରକ୍ତ ଜୁଡୁ ବୁଡୁ ଅବସ୍ଥାରେ ମୃତ୍ୟୁ ବରଣ କରିଥିଲେ । ତେବେ ଏ ଖବର ପାଇବା ପରେ କଳିଙ୍ଗ ନଗର ପୋଲିସ ସଙ୍ଗେ ସଙ୍ଗେ ଘଟଣା ସ୍ଥଳରେ ପହଞ୍ଚିଥିଲା । କିନ୍ତୁ ପୁଅ ଜଣକ ସେହି ଜାଗାରୁ ଫେରାର ହୋଇଛି । କଳିଙ୍ଗ ନଗର ପୋଲିସ ପହଞ୍ଚି ତଦନ୍ତ ଜାରିରଖିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ