Masthead

ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଗୁରୁବାରଠାରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଆଜି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୩ ତାରିଖ ଦିନ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ ବର୍ଷା ହେବ। ୪ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ ବର୍ଷା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ 🔴 ନିଲର୍ଜର ସୀମା ଟପିଲେ ଆଫ୍ରିଦ 🔴 ଅମୃତସର ହମଲା, ଡେମୋ ଦେଖାଇଲା ଭାରତୀୟ ସେନା 🔴 ଯୁବକଙ୍କ ଉନ୍ମତକାଣ୍ଡ, ହଠାତ ଆସିଲେ ଚଳନ୍ତା ବସର ଷ୍ଟିଅରିଂ ମୋଡି ଦେଲେ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ 🔴 ନିଲର୍ଜର ସୀମା ଟପିଲେ ଆଫ୍ରିଦ 🔴 ଅମୃତସର ହମଲା, ଡେମୋ ଦେଖାଇଲା ଭାରତୀୟ ସେନା 🔴 ଯୁବକଙ୍କ ଉନ୍ମତକାଣ୍ଡ, ହଠାତ ଆସିଲେ ଚଳନ୍ତା ବସର ଷ୍ଟିଅରିଂ ମୋଡି ଦେଲେ