Masthead

ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଗୁରୁବାରଠାରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଆଜି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୩ ତାରିଖ ଦିନ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ ବର୍ଷା ହେବ। ୪ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ ବର୍ଷା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା