Masthead

ଖଇରା ହାଇସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କଲେ କ୍ରୀଡ଼ାମନ୍ତ୍ରୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଖଇରା ସରକାରୀ ଉଚ୍ଚବିଦ୍ୟାଳୟକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲେ କାକଟପୁର ବିଧାୟକ ତଥା କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା। ଏ ନେଇ ଆଜି ମୋ ସ୍କୁଲ ଅଭିଯାନ ଦ୍ୱାରା ଖଇରା ସ୍କୁଲ ପରିସରରେ ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ସାହୁଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ମୁଖ୍ୟ ଅତିଥିଭାବେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗ ଦେଇଥିବାବେଳେ ସମ୍ମାନୀତ ଅତିଥିଭାବେ ପର୍ଯ୍ୟଟନମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ସ୍କୁଲର ଉନ୍ନତି ନିମନ୍ତେ ସହଯୋଗର ହାତ ବଢାଇବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ଅତିଥିଭାବେ ବାଲେଶ୍ୱର ଜିଲ୍ଲାର ‘ମୋ ସ୍କୁଲ’ ଅଭିଯାନର ସଂଯୋଜକ ସନ୍ଦୀପ କୁମାର ଖଟୁଆଙ୍କ ସମେତ ମାନ୍ୟଗନ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ୧୯୭୨ ମସିହା ପୂର୍ବତନ ଛାତ୍ର ସଭାପତି ମୁକ୍ତିକାନ୍ତ ଶତପଥୀଙ୍କ ସମେତ ପୁରାତନ ଛାତ୍ରଛାତ୍ରୀ,ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ସ୍କୁଲର ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ମନ୍ତ୍ରୀ ଶ୍ରୀ ବେହେରା ୧୯୯୮ ମସିହାରେ ଖଇରା ଉଚ୍ଚ ବିଦ୍ୟାଳୟରୁ କୃତିତ୍ୱର ସହ ମାଟ୍ରିକ ପାସ୍ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା