Masthead

ଖଇରା ହାଇସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କଲେ କ୍ରୀଡ଼ାମନ୍ତ୍ରୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଖଇରା ସରକାରୀ ଉଚ୍ଚବିଦ୍ୟାଳୟକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲେ କାକଟପୁର ବିଧାୟକ ତଥା କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା। ଏ ନେଇ ଆଜି ମୋ ସ୍କୁଲ ଅଭିଯାନ ଦ୍ୱାରା ଖଇରା ସ୍କୁଲ ପରିସରରେ ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ସାହୁଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ମୁଖ୍ୟ ଅତିଥିଭାବେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗ ଦେଇଥିବାବେଳେ ସମ୍ମାନୀତ ଅତିଥିଭାବେ ପର୍ଯ୍ୟଟନମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ସ୍କୁଲର ଉନ୍ନତି ନିମନ୍ତେ ସହଯୋଗର ହାତ ବଢାଇବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ଅତିଥିଭାବେ ବାଲେଶ୍ୱର ଜିଲ୍ଲାର ‘ମୋ ସ୍କୁଲ’ ଅଭିଯାନର ସଂଯୋଜକ ସନ୍ଦୀପ କୁମାର ଖଟୁଆଙ୍କ ସମେତ ମାନ୍ୟଗନ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ୧୯୭୨ ମସିହା ପୂର୍ବତନ ଛାତ୍ର ସଭାପତି ମୁକ୍ତିକାନ୍ତ ଶତପଥୀଙ୍କ ସମେତ ପୁରାତନ ଛାତ୍ରଛାତ୍ରୀ,ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ସ୍କୁଲର ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ମନ୍ତ୍ରୀ ଶ୍ରୀ ବେହେରା ୧୯୯୮ ମସିହାରେ ଖଇରା ଉଚ୍ଚ ବିଦ୍ୟାଳୟରୁ କୃତିତ୍ୱର ସହ ମାଟ୍ରିକ ପାସ୍ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ