Masthead

ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କଲା ରାଜ୍ୟ ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ପ୍ରାର୍ଥୀ ଚୂଡ଼ାନ୍ତ! ନିର୍ବାଚନ ବିଗୁଲ ବାଜୁ ବାଜୁ ବିଜେପି ଆରମ୍ଭ କରିଦେଇଛି ନିର୍ବାଚନ କସରତ । ଗତକାଲି ବିଜେପିର ନିର୍ବାଚନୀ ରଣନୀତି ପ୍ରସ୍ତୁତି କରିସାରିଛି । ରାଜ୍ୟ ଅଫିସରେ ହୋଇଥିବା ନିର୍ବାଚନ କମିଟି ବୈଠକରେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ସ୍ଥିର କରିଛି ବିଜେପି। ୧୪୭ ବିଧାନସଭା ୨୧ ଲୋକସଭା ଆସନକୁ ନେଇ ଆଲୋଚନା ହୋଇଥିଲା । ଏଥିରେ ସବୁ ସିଟରେ ପ୍ରାର୍ଥୀ ଚୂଡ଼ାନ୍ତ ହୋଇଥିବା ସୂଚନା । ଏହି ସମ୍ଭାବ୍ୟ ପ୍ରାର୍ଥୀ ତାଲିକା କେନ୍ଦ୍ରୀୟ ସଂସଦୀୟ ବୋର୍ଡକୁ ପଠାଯିବ । ଏହି ରିପୋର୍ଟରେ କେନ୍ଦ୍ର ସଂସଦୀୟ ବୋର୍ଡର ଚୂଡ଼ାନ୍ତ ମୋହର ବାଜିବ।

ମୋହର ବାଜିବା ପରେ ରାଜ୍ୟ ବିଜେପି ତାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିବ। ଏଥି ସହ ମୋଦି ସରକାରଙ୍କ ଗତ ୧୦ ବର୍ଷର ଉପଲବ୍ଧତାକୁ ଘରେ ଘରେ ପହଂଚାଇବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସଫଳତା ସଂପର୍କରେ ଲୋକଙ୍କଠାରୁ ମତ ସଂଗ୍ରହ କରାଯିବ । ‘ବିକଶିତ ଭାରତ’ ଗଠନ ପାଇଁ ଜନସହଭାଗିତା ଓ ଜନସହଯୋଗ ପାଇଁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଦେଇଥିବା ଚିଠିକୁ ରାଜ୍ୟର ୧ କୋଟି ପରିବାର ପାଖରେ ପହଂଚାଇବା ପାଇଁ ବିସ୍ତୃତ ଯୋଜନା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି