Masthead

ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କଲା ରାଜ୍ୟ ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ପ୍ରାର୍ଥୀ ଚୂଡ଼ାନ୍ତ! ନିର୍ବାଚନ ବିଗୁଲ ବାଜୁ ବାଜୁ ବିଜେପି ଆରମ୍ଭ କରିଦେଇଛି ନିର୍ବାଚନ କସରତ । ଗତକାଲି ବିଜେପିର ନିର୍ବାଚନୀ ରଣନୀତି ପ୍ରସ୍ତୁତି କରିସାରିଛି । ରାଜ୍ୟ ଅଫିସରେ ହୋଇଥିବା ନିର୍ବାଚନ କମିଟି ବୈଠକରେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ସ୍ଥିର କରିଛି ବିଜେପି। ୧୪୭ ବିଧାନସଭା ୨୧ ଲୋକସଭା ଆସନକୁ ନେଇ ଆଲୋଚନା ହୋଇଥିଲା । ଏଥିରେ ସବୁ ସିଟରେ ପ୍ରାର୍ଥୀ ଚୂଡ଼ାନ୍ତ ହୋଇଥିବା ସୂଚନା । ଏହି ସମ୍ଭାବ୍ୟ ପ୍ରାର୍ଥୀ ତାଲିକା କେନ୍ଦ୍ରୀୟ ସଂସଦୀୟ ବୋର୍ଡକୁ ପଠାଯିବ । ଏହି ରିପୋର୍ଟରେ କେନ୍ଦ୍ର ସଂସଦୀୟ ବୋର୍ଡର ଚୂଡ଼ାନ୍ତ ମୋହର ବାଜିବ।

ମୋହର ବାଜିବା ପରେ ରାଜ୍ୟ ବିଜେପି ତାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିବ। ଏଥି ସହ ମୋଦି ସରକାରଙ୍କ ଗତ ୧୦ ବର୍ଷର ଉପଲବ୍ଧତାକୁ ଘରେ ଘରେ ପହଂଚାଇବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସଫଳତା ସଂପର୍କରେ ଲୋକଙ୍କଠାରୁ ମତ ସଂଗ୍ରହ କରାଯିବ । ‘ବିକଶିତ ଭାରତ’ ଗଠନ ପାଇଁ ଜନସହଭାଗିତା ଓ ଜନସହଯୋଗ ପାଇଁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଦେଇଥିବା ଚିଠିକୁ ରାଜ୍ୟର ୧ କୋଟି ପରିବାର ପାଖରେ ପହଂଚାଇବା ପାଇଁ ବିସ୍ତୃତ ଯୋଜନା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ