ରାଜ୍ୟ କ୍ୟାବିନେଟରେ ପାରିତ ହେଲା ୧.୭୦ଲକ୍ଷ କୋଟିର ଚିଠା ବଜେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ପ୍ରାୟ ୧.୭୦ଲକ୍ଷ କୋଟି ଟଙ୍କାର ଚିଠା ବଜେଟ ପାରିତ । ଆଜି ମନ୍ତ୍ରିପରିଷଦର ମଞ୍ଜୁରୀରେ ୨୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମହାମାରୀରେ ରାଜସ୍ୱ ସଂଗ୍ରହ ବାଧାପ୍ରାପ୍ତ ହୋଇଥିବା ସତ୍ତ୍ୱେ ବଜେଟର ଆକାରକୁ ରାଜ୍ୟ ସରକାର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ମହିଳା ଶିଶୁ କଲ୍ୟାଣ, କୃଷି, ମିଶନ ଶକ୍ତି, ସାମାଜିକ ସୁରକ୍ଷା ପ୍ରକଳ୍ପକୁ କ୍ୟାବିନେଟର ମଞ୍ଜୁରୀ ମିଳିବା ସହ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରକଳ୍ପକୁ ମଧ୍ୟ ଅନୁମୋଦନ ଦେଇଛି ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ହସ୍ତଶିଳ୍ପ କ୍ଷେତ୍ରକୁ ସ୍ୱତନ୍ତ୍ର ଭାବେ ପ୍ରାଧାନ୍ୟ ଦିଆଯାଇଛି । ନିଯୁକ୍ତି ସମସ୍ୟାକୁ ଦୃଷ୍ଟିରେ ରଖି ଓଡ଼ିଶା ହସ୍ତଶିଳ୍ପ ସେବା ନିୟମ ୨୦୨୧ ଘୋଷଣା ହୋଇଛି । ରାଜ୍ୟର ସମସ୍ତ ଜିଲ୍ଲାରେ ଭିତ୍ତିଭୂମି ପ୍ରକଳ୍ପ ନିର୍ମାଣ ହେବ । ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାରେ ପ୍ରକଳ୍ପ ନିର୍ମାଣ ହେବ । ତେବେ ଆସନ୍ତା ୨୨ତାରିଖରେ ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’