Masthead

ରାଜ୍ୟ କ୍ୟାବିନେଟରେ ପାରିତ ହେଲା ୧.୭୦ଲକ୍ଷ କୋଟିର ଚିଠା ବଜେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ପ୍ରାୟ ୧.୭୦ଲକ୍ଷ କୋଟି ଟଙ୍କାର ଚିଠା ବଜେଟ ପାରିତ । ଆଜି ମନ୍ତ୍ରିପରିଷଦର ମଞ୍ଜୁରୀରେ ୨୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମହାମାରୀରେ ରାଜସ୍ୱ ସଂଗ୍ରହ ବାଧାପ୍ରାପ୍ତ ହୋଇଥିବା ସତ୍ତ୍ୱେ ବଜେଟର ଆକାରକୁ ରାଜ୍ୟ ସରକାର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ମହିଳା ଶିଶୁ କଲ୍ୟାଣ, କୃଷି, ମିଶନ ଶକ୍ତି, ସାମାଜିକ ସୁରକ୍ଷା ପ୍ରକଳ୍ପକୁ କ୍ୟାବିନେଟର ମଞ୍ଜୁରୀ ମିଳିବା ସହ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରକଳ୍ପକୁ ମଧ୍ୟ ଅନୁମୋଦନ ଦେଇଛି ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ହସ୍ତଶିଳ୍ପ କ୍ଷେତ୍ରକୁ ସ୍ୱତନ୍ତ୍ର ଭାବେ ପ୍ରାଧାନ୍ୟ ଦିଆଯାଇଛି । ନିଯୁକ୍ତି ସମସ୍ୟାକୁ ଦୃଷ୍ଟିରେ ରଖି ଓଡ଼ିଶା ହସ୍ତଶିଳ୍ପ ସେବା ନିୟମ ୨୦୨୧ ଘୋଷଣା ହୋଇଛି । ରାଜ୍ୟର ସମସ୍ତ ଜିଲ୍ଲାରେ ଭିତ୍ତିଭୂମି ପ୍ରକଳ୍ପ ନିର୍ମାଣ ହେବ । ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାରେ ପ୍ରକଳ୍ପ ନିର୍ମାଣ ହେବ । ତେବେ ଆସନ୍ତା ୨୨ତାରିଖରେ ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ