Masthead

ବାଣ ଫୁଟାଇବା ପାଇଁ ରାଜ୍ୟ ପ୍ରଦୂଷଣ ବୋର୍ଡ ଜାରି କଲା ବିଜ୍ଞପ୍ତି, ଖୋଲା ସ୍ଥାନରେ ଫୁଟାଇ ପାରିବେ ସବୁଜ ବାଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀପାବଳିରେ ବାଣ ଫୁଟାଇବା ପାଇଁ ରାଜ୍ୟ ପ୍ରଦୂଷଣ ବୋର୍ଡ ଜାରି କଲା ବିଜ୍ଞପ୍ତି । ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । ସରକାରଙ୍କ ଦ୍ୱାରା ଘୋଷିତ ନୀରବ ଅଞ୍ଚଳ ତଥା ଡାକ୍ତରଖାନା, ଶିକ୍ଷାନୁଷ୍ଠାନ, ନ୍ୟାୟାଳୟ ଓ ଧାର୍ମିଙ୍କ ସ୍ଥଳର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବା କଟକଣା ରହିଛି । କେବଳ ଖୋଲା ସ୍ଥାନରେ ସବୁଜ ବାଣ ଫୁଟାଇ ପାରିବେ । ସାଧାରଣତଃ ଏହି ସବୁଜ ବାଣରେ ଏଏସ, ଏଏଆଇ ଓ ବିଏ ଭଳି କୌଣସି କ୍ଷତିକାରକ କେମିକାଲ ନଥାଏ ଏବଂ ବାଣ ଫୁଟିବା ପରେ ଏଥିରୁ କମ ପାଉଁଶ ବାହାରିଥାଏ ।

୧୨୫ ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାର ନିଷେଧ । ନିୟମରେ କୌଣସି ପ୍ରକାର ଖିଲାପ ହେଲେ ଓଡ଼ିଶା ଆଇନ, ୧୯୫୮ ଓ ଶଦ୍ଦ ପ୍ରଦୂଷଣ ନିୟନ୍ତ୍ରଣ ନିୟମ, ୨୦୦୦ ଅନୁଯାୟୀ ଦଣ୍ଡନୀୟ ଅଟେ । ଏ ସମ୍ବନ୍ଧୀୟ ଯେ କୌଣସି ଅଭିଯୋଗ ସଂପୃକ୍ତ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଉପ ଆରକ୍ଷୀ ଅଧୀକ୍ଷକ ଓ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରାଯାଇପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ