Masthead

ବାଣ ଫୁଟାଇବା ପାଇଁ ରାଜ୍ୟ ପ୍ରଦୂଷଣ ବୋର୍ଡ ଜାରି କଲା ବିଜ୍ଞପ୍ତି, ଖୋଲା ସ୍ଥାନରେ ଫୁଟାଇ ପାରିବେ ସବୁଜ ବାଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀପାବଳିରେ ବାଣ ଫୁଟାଇବା ପାଇଁ ରାଜ୍ୟ ପ୍ରଦୂଷଣ ବୋର୍ଡ ଜାରି କଲା ବିଜ୍ଞପ୍ତି । ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । ସରକାରଙ୍କ ଦ୍ୱାରା ଘୋଷିତ ନୀରବ ଅଞ୍ଚଳ ତଥା ଡାକ୍ତରଖାନା, ଶିକ୍ଷାନୁଷ୍ଠାନ, ନ୍ୟାୟାଳୟ ଓ ଧାର୍ମିଙ୍କ ସ୍ଥଳର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବା କଟକଣା ରହିଛି । କେବଳ ଖୋଲା ସ୍ଥାନରେ ସବୁଜ ବାଣ ଫୁଟାଇ ପାରିବେ । ସାଧାରଣତଃ ଏହି ସବୁଜ ବାଣରେ ଏଏସ, ଏଏଆଇ ଓ ବିଏ ଭଳି କୌଣସି କ୍ଷତିକାରକ କେମିକାଲ ନଥାଏ ଏବଂ ବାଣ ଫୁଟିବା ପରେ ଏଥିରୁ କମ ପାଉଁଶ ବାହାରିଥାଏ ।

୧୨୫ ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାର ନିଷେଧ । ନିୟମରେ କୌଣସି ପ୍ରକାର ଖିଲାପ ହେଲେ ଓଡ଼ିଶା ଆଇନ, ୧୯୫୮ ଓ ଶଦ୍ଦ ପ୍ରଦୂଷଣ ନିୟନ୍ତ୍ରଣ ନିୟମ, ୨୦୦୦ ଅନୁଯାୟୀ ଦଣ୍ଡନୀୟ ଅଟେ । ଏ ସମ୍ବନ୍ଧୀୟ ଯେ କୌଣସି ଅଭିଯୋଗ ସଂପୃକ୍ତ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଉପ ଆରକ୍ଷୀ ଅଧୀକ୍ଷକ ଓ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରାଯାଇପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ