Masthead

ବିପର୍ଯ୍ୟୟ ଆଣିପାରେ ବିପତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କରାଚୀ ମୁହାଁ ବିପର୍ଯ୍ୟୟ । ପ୍ରଭାବିତ ହୋଇପାରେ ଗୁଜରାଟ । ଉପକୂଳରେ ହାଇଆଲର୍ଟ ଜାରି କରାଯାଇଛି । ପର୍ଯ୍ୟଟକଙ୍କୁ ବେଳାଭୂମି ମନା କରାଯାଇଛି । ୧୨ ଘଂଟାରେ ଅତି ଭୀଷଣ ରୂପ ନେବ ବାତ୍ୟା ବପର୍ଯ୍ୟୟ । ଏହା ଉତ୍ତର ଓ ଉତ୍ତର-ପୂର୍ବ ଦିଗକୁ ଅଗ୍ରସର ହେଉଛି । ୧୫ କିମ୍ବା ୧୬ ତାରିଖରେ କରାଚୀରେ ମାଡ ହୋଇପାରେ । ବାତ୍ୟା ଦକ୍ଷିଣ ଗୁଜରାଟ ଛୁଇଁ ଯିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଏହି ସମୟରେ ପ୍ରବଳ ବର୍ଷା ସହ ପବନର ବେଗ ଘଂଟା ପ୍ରତି ୧୨୦ କିମି ରହିପାରେ ବୋଲି ଆକଳନ କରାଯାଇଛି ।

ଗୁଜରାଟ ପୋରବନ୍ଦର ଠାରୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୫୯୦ କିମି ଦୂରରେ ବାତ୍ୟା କେନ୍ଦ୍ରୀଭୂତ ରହିଛି । ଘଂଟାପ୍ରତି ୬କିମି ବେଗରେ ଗତି କରୁଛି ବାତ୍ୟା । ବାତ୍ୟା ପ୍ରଭାବକୁ ଦୃଷ୍ଟିରେ ରଖି କେରଳ, କର୍ଣ୍ଣାଟକ, ଲକ୍ଷାଦ୍ୱୀପରେ ହାଇଆଲର୍ଟ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହିଥିବାରୁ ଏହି ସବୁ ରାଜ୍ୟର ମତ୍ସଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ