Masthead

ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁବ ବାତ୍ୟା ଗୁଲାବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖୁବ ଜୋରରେ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ଗୁଲାବ । ମଧ୍ୟରାତ୍ର ମଧ୍ୟରେ ଶ୍ରୀକାକୁଲମ ଜିଲ୍ଲାରେ ସ୍ଥଳଭାଗ ଛୁଇଁବ । ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୭୫-୮୫ କିଲୋମିଟର ବେଗରେ ପବନ ବହିବ ବୋଲି ଏସଆରସି ସୂଚନା ଦେଇଛନ୍ତି । ଏହା ସହ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା , ମାଲକାନଗିରିରେ ବାତ୍ୟା ଅଧିକ ପ୍ରଭାବ ପକାଇବ । ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପରିକି ପବନରେ ପୁରୁଣା ଗଛ, ବିଦ୍ୟୁତ ଲାଇନ ମଧ୍ୟ ଉପୁଡ଼ିପାରେ ।

ସେହିପରି ଭୂସ୍କଳନ ପାଇଁ ଗଜପତି, କନ୍ଧମାଳ, ରାୟଗଡ଼ା ଜିଲ୍ଲାମାନଙ୍କୁ ସତର୍କ କରାଯାଉଛି । ଏନେଇ ଓଡ୍ରାଫ ଓ ଏନଡିଆରଏଫ ସମ୍ପୃକ୍ତ ଅଞ୍ଚଳକୁ ପହଞ୍ଚିସାରିଛନ୍ତି । ଅନ୍ୟପଟେ ବାତ୍ୟା ଗୁଲାବକୁ ନେଇ ମୁଖ୍ୟମନ୍ତ୍ରୀ ଆଜି ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି । ତେବେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ।

କୋଭିଡ ସ୍ଥିତି ଥିବାରୁ ସ୍ଥାନାନ୍ତର କରି ଅଧିକ ଲୋକଙ୍କୁ ନ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତଙ୍କୁ ମାସ୍କ ଦିଆଯିବା ସହ ବାତ୍ୟା ଆଶ୍ରୟ ସ୍ଥଳରୁ ଫେରିବା ପରେ ତାଙ୍କ ଉପରେ ନଜର ରଖାଯିବ ବୋଲି ସୂଚନା ମିଳିଛି । ବାତ୍ୟାକୁ ଦୃଷ୍ଟିରେ ରଖି ୧୧ ଜିଲ୍ଲାରେ ସ୍କୁଲ ଓ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି