Masthead

ପାରାଦୀପ ଓ ସାଗର ଦ୍ୱୀପରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ୟଶ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୬ ତାରିଖରେ ଲଣ୍ଡଫଲ କରିବ ବାତ୍ୟା ୟଶ । ପାରାଦୀପ ଓ ସାଗର ଦ୍ୱୀପରେ ସ୍ଥଳଭାଗ ଛୁଇଁବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଘଣ୍ଟାପ୍ରତି ୧୮୫ କିଲୋମିଟର ବେଗରେ ପବନ ବହିବ । ଆଜି ଲଘୁଚାପ ଅବପାତର ରୂପ ନେଇଥିବା ବେଳେ ଆସନ୍ତାକାଲି ସକାଳ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ । ୨୬ତାରିଖ ସନ୍ଧ୍ୟାରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଏହା ଲ୍ୟାଣ୍ଡଫଲ କରିବ । ସ୍ଥଳଭାଗ ଘୁଇଁବା ବେଳେ ପବନର ଘଣ୍ଟାପ୍ରତି ବେଗ ୧୫୫ରୁ ୧୬୫କିଲୋମିଟର ରହିବ । ତେବେ ପରେ ଏହା ୧୮୫ କିଲୋମିଟର ପର୍ଯ୍ୟନ୍ତ ମଧ୍ୟ ଛୁଇଁବାର ସମ୍ଭାବନା ରହିଛି ।

୨୪ ତାରିଖ ସନ୍ଧ୍ୟାରୁ ହିଁ ୪୦ରୁ ୫୦ କିଲୋମିଟର ପ୍ରତିଘଣ୍ଟାରେ ପବନ ବହିବ । ଏହାଛଡ଼ା ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୨୬ ତାରିଖରେ ବାତ୍ୟା ସମୁଦ୍ର ପଥରେ ଓଡିଶା ଉପକୂଳ ଗତି କରିବା ସମୟରେ ବାଲେଶ୍ୱର, ଭଦ୍ରକ ଓ ମୟୂରଭଂଜରେ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ