Masthead

ପାରାଦୀପ ଓ ସାଗର ଦ୍ୱୀପରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ୟଶ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୬ ତାରିଖରେ ଲଣ୍ଡଫଲ କରିବ ବାତ୍ୟା ୟଶ । ପାରାଦୀପ ଓ ସାଗର ଦ୍ୱୀପରେ ସ୍ଥଳଭାଗ ଛୁଇଁବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଘଣ୍ଟାପ୍ରତି ୧୮୫ କିଲୋମିଟର ବେଗରେ ପବନ ବହିବ । ଆଜି ଲଘୁଚାପ ଅବପାତର ରୂପ ନେଇଥିବା ବେଳେ ଆସନ୍ତାକାଲି ସକାଳ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ । ୨୬ତାରିଖ ସନ୍ଧ୍ୟାରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଏହା ଲ୍ୟାଣ୍ଡଫଲ କରିବ । ସ୍ଥଳଭାଗ ଘୁଇଁବା ବେଳେ ପବନର ଘଣ୍ଟାପ୍ରତି ବେଗ ୧୫୫ରୁ ୧୬୫କିଲୋମିଟର ରହିବ । ତେବେ ପରେ ଏହା ୧୮୫ କିଲୋମିଟର ପର୍ଯ୍ୟନ୍ତ ମଧ୍ୟ ଛୁଇଁବାର ସମ୍ଭାବନା ରହିଛି ।

୨୪ ତାରିଖ ସନ୍ଧ୍ୟାରୁ ହିଁ ୪୦ରୁ ୫୦ କିଲୋମିଟର ପ୍ରତିଘଣ୍ଟାରେ ପବନ ବହିବ । ଏହାଛଡ଼ା ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୨୬ ତାରିଖରେ ବାତ୍ୟା ସମୁଦ୍ର ପଥରେ ଓଡିଶା ଉପକୂଳ ଗତି କରିବା ସମୟରେ ବାଲେଶ୍ୱର, ଭଦ୍ରକ ଓ ମୟୂରଭଂଜରେ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ