Masthead

ସବସୋନିକ୍ କ୍ରୁଜ୍ ମିସାଇଲ ନବମ ଥର ପରୀକ୍ଷଣ ସଫଳ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ନମ୍ବର ଲଞ୍ଚ ପ୍ୟାଡରୁ ମଧ୍ୟମ ଦୂରଗାମୀ ସବସୋନିକ୍ କ୍ରୁଜ୍ ମିସାଇଲର ନିର୍ଭୟର ସଫଳ ପରୀକ୍ଷଣ ହୋଇଛି । ସକାଳ ୯ଟା ୫୫ ମିନିଟ୍ରେ ଏହାର ପରୀକ୍ଷା କରାଯାଇଥିଲା । ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନିର୍ଭୟ କ୍ଷେପଣାସ୍ତ୍ରକୁ ଉତକ୍ଷେପଣ କରାଯାଇଥିଲା । ପୂର୍ବରୁ ଏଥିରେ ଟର୍ବୋଫ୍ୟାନ୍ ଇଞ୍ଜିନ୍ ବ୍ୟବହାର କରାଯାଉଥିଲା । ଏଥର ମାଣିକ୍ ଟର୍ବୋଫ୍ୟାନ୍ ଇଞ୍ଜିନ୍ ବ୍ୟବହାର କରାଯାଇଛି । ଏହାଦ୍ୱାରା ମିସାଇଲ ଅଧିକ ବେଗରେ ଯିବା ସହିତ କମ୍ ଶବ୍ଦ କରିବ ।

ଏହି ନିର୍ଭୟ ମିସାଇଲର ଓଜନ ୧୫୦୦ କିଲୋଗ୍ରାମ । ଏହାର ଲମ୍ବ ୬ ମିଟର ଏବଂ ଓସାର ୦.୫୨ ମିଟର । ଏହାର ଡ଼େଣାର ଲମ୍ବ ୨.୭ ମିଟର । ୨ଶହରୁ ୩ଶହ କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ପାରମ୍ପରିକ ଓ ଆଣବିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରହିଛି ନିର୍ଭୟ ମିସାଇଲ୍ । ୭୫୦ରୁ ୧୦୦୦ କିଲୋମିଟର ଯାଏ ଲକ୍ଷ୍ୟଭେଦ କରିପାରିବ ।

ନିର୍ଭୟ ମିସାଇଲର ବେଗ ଶବ୍ଦର ବେଗଠାରୁ ୭ରୁ ୯ ଗୁଣ ଅଧିକ । ଏହି କ୍ଷେପଣାସ୍ତ୍ରକୁ ପ୍ରଥମେ ୨୦୧୩ ମସିହା ମାର୍ଚ୍ଚ ୧୨ ତାରିଖରେ ଚାନ୍ଦିପୁରରୁ ପରୀକ୍ଷା କରାଯାଇଥିଲା । ଆଜି ନବମ ଥର ପାଇଁ ନିର୍ଭୟ ମିସାଇଲର ପରୀକ୍ଷା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’