Masthead

ସବସୋନିକ୍ କ୍ରୁଜ୍ ମିସାଇଲ ନବମ ଥର ପରୀକ୍ଷଣ ସଫଳ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ନମ୍ବର ଲଞ୍ଚ ପ୍ୟାଡରୁ ମଧ୍ୟମ ଦୂରଗାମୀ ସବସୋନିକ୍ କ୍ରୁଜ୍ ମିସାଇଲର ନିର୍ଭୟର ସଫଳ ପରୀକ୍ଷଣ ହୋଇଛି । ସକାଳ ୯ଟା ୫୫ ମିନିଟ୍ରେ ଏହାର ପରୀକ୍ଷା କରାଯାଇଥିଲା । ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନିର୍ଭୟ କ୍ଷେପଣାସ୍ତ୍ରକୁ ଉତକ୍ଷେପଣ କରାଯାଇଥିଲା । ପୂର୍ବରୁ ଏଥିରେ ଟର୍ବୋଫ୍ୟାନ୍ ଇଞ୍ଜିନ୍ ବ୍ୟବହାର କରାଯାଉଥିଲା । ଏଥର ମାଣିକ୍ ଟର୍ବୋଫ୍ୟାନ୍ ଇଞ୍ଜିନ୍ ବ୍ୟବହାର କରାଯାଇଛି । ଏହାଦ୍ୱାରା ମିସାଇଲ ଅଧିକ ବେଗରେ ଯିବା ସହିତ କମ୍ ଶବ୍ଦ କରିବ ।

ଏହି ନିର୍ଭୟ ମିସାଇଲର ଓଜନ ୧୫୦୦ କିଲୋଗ୍ରାମ । ଏହାର ଲମ୍ବ ୬ ମିଟର ଏବଂ ଓସାର ୦.୫୨ ମିଟର । ଏହାର ଡ଼େଣାର ଲମ୍ବ ୨.୭ ମିଟର । ୨ଶହରୁ ୩ଶହ କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ପାରମ୍ପରିକ ଓ ଆଣବିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରହିଛି ନିର୍ଭୟ ମିସାଇଲ୍ । ୭୫୦ରୁ ୧୦୦୦ କିଲୋମିଟର ଯାଏ ଲକ୍ଷ୍ୟଭେଦ କରିପାରିବ ।

ନିର୍ଭୟ ମିସାଇଲର ବେଗ ଶବ୍ଦର ବେଗଠାରୁ ୭ରୁ ୯ ଗୁଣ ଅଧିକ । ଏହି କ୍ଷେପଣାସ୍ତ୍ରକୁ ପ୍ରଥମେ ୨୦୧୩ ମସିହା ମାର୍ଚ୍ଚ ୧୨ ତାରିଖରେ ଚାନ୍ଦିପୁରରୁ ପରୀକ୍ଷା କରାଯାଇଥିଲା । ଆଜି ନବମ ଥର ପାଇଁ ନିର୍ଭୟ ମିସାଇଲର ପରୀକ୍ଷା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ