Masthead

ୱାନ ନେସନ ୱାନ ରାସନ କାର୍ଡ଼ ପାଇଁ ସମୟ ଧାର୍ଯ୍ୟ କଲେ ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ୱାନ ନେସନ ୱାନ ରାସନ କାର୍ଡ଼ କାର୍ଯ୍ୟକାରୀକୁ ନେଇ ତାରିଖ ଧାର୍ଯ୍ୟ କରିଛନ୍ତି ସୁପ୍ରିମ କୋର୍ଟ । ଜୁଲାଇ ୩୧, ୨୦୨୧ ମଧ୍ୟରେ ଏହି ଯୋଜନା କାର୍ଯ୍ୟକାରୀ କରିବାକୁ କହିଛନ୍ତି ସୁପ୍ରିମ କୋର୍ଟ । ଏହାଦ୍ୱାରା ପ୍ରବାସୀ ଶ୍ରମିକମାନେ ଦେଶର ଯେକୌଣସି ସ୍ଥାନରେ ରହିଲେ ମଧ୍ୟ ରାସନ ପାଇବାରେ କୌଣସି ଅସୁବିଧା ସାମ୍ନା କରିବେନି । କରୋନା କାରଣରୁ ପ୍ରବାସୀ ଶ୍ରମିକଙ୍କ ସୁବିଧା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଅନେକ ଗୁଡ଼ିଏ ନିର୍ଦ୍ଦେଶାନାମା ଜାରି କରିଛନ୍ତି ସୁପ୍ରିମ କୋର୍ଟ । ପ୍ରବାସୀମାନଙ୍କୁ ଶୁଖିଲା ରାସନ ସହିତ ମହାମାରୀ ପର୍ଯ୍ୟନ୍ତ ସେମାନଙ୍କୁ ରନ୍ଧା ଖାଦ୍ୟ ଦେବାକୁ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ ।

ଏଥି ସହିତ ନ୍ୟାସନାଲ ଡାଟା ଗ୍ରୀଡ୍ ପୋର୍ଟାଲରେ ଅସଂଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକଙ୍କ ପଞ୍ଜିକରଣ ଜୁଲାଇ ୩୧ ସୁଦ୍ଧା କରିବାକୁ କହିଛନ୍ତି ସୁପ୍ରିମ କୋର୍ଟ । ମଙ୍ଗଳବାର ଦିନ କରୋନା ଦ୍ଵିତୀୟ ତରଙ୍ଗ ସମୟରେ ଲାଗୁ ହୋଇଥିବା ପ୍ରତିବନ୍ଧକ ଦ୍ୱାରା ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ନିରାପତ୍ତା ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ପଦକ୍ଷେପ ନିଶ୍ଚିତ କରିବାକୁ ସୁପ୍ରିମକୋର୍ଟ ରାଜ୍ୟ ଓ କେନ୍ଦ୍ରକୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ