Masthead

ଫର୍ମପୂରଣ ପାଇଁ ଟଙ୍କା ନେଉଛନ୍ତି ଶିକ୍ଷକ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଦରମାରେ ପୁରୁନି ପେଟ, ପିଲାଙ୍କ ଠାରୁ ଆଦାୟ ହେଉଛି ନୋଟ୍ । ଆପଣଙ୍କୁ ଆଶ୍ଚର୍ୟ୍ୟ ଲାଗିଲେ ବି କଥା ଟି ସତ । ମାଧ୍ୟମିକ ଶିକ୍ଷା ପରିଷଦର ନିୟମକୁ ଖୋଲା ଖୋଲି ଉଲଘଂନ କରୁଛନ୍ତି ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅଧୀନ କୋରୁଅ ପଞ୍ଚାୟତରେ ଥିବା ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ପିଟି ସାର । ମାଧ୍ୟମିକ ଶିକ୍ଷା ପରିଷଦର ବିଜ୍ଞପ୍ତି ୨୭୦ ନିୟମ ଅନୁଯାଇ ଚଳିତ ଫେବୃୟାରୀ ମାସ ଗତ ଦୁଇ ତାରିଖରେ ସମ୍ମେଟିଭ – ୨ ପାଇଁ ଫର୍ମପୂରଣର ଦେୟ ରାଜ୍ୟର ସମସ୍ତ ନବମ ଓ ଦଶମ ଶ୍ରେଣୀ ଛାତ୍ରଙ୍କ ପାଇଁ ଛାଡ଼ କରାଯାଇଛି କିନ୍ତୁ ଏହାକୁ ଉଲଘଂନ କରୁଛନ୍ତି ପ୍ରଧାନ ଶିକ୍ଷକ ।

ଏହି ସ୍କୁଲର ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ଠାରୁ ଦୁଇ ଶହରୁ ଉର୍ଦ୍ଧ ଟଙ୍କା ଆଦାୟ କରି ପକେଟ ଗରମ କରୁଛନ୍ତି ପ୍ରଧାନ ଶିକ୍ଷକ । ଏହି ମନମୁଖୀ ଟଙ୍କା ଆଦାୟକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଅଭିଭାବକ ଓ ଛାତ୍ରଛାତ୍ରୀ । ତେବେ ଏହି ଘଟଣା ସମ୍ବଦ୍ଧରେ ପ୍ରଧାନ ଶିକ୍ଷକଙ୍କୁ ପଚାରିବାରୁ ସେ କହିଲେ ତାଙ୍କୁ ଟଙ୍କା ଆଦାୟ କରିବା ପାଇଁ ଉପରିସ୍ଥ ଅଧିକାରୀ ନିଦେ୍ର୍ଦଶ ଦେଇଛନ୍ତି । ପ୍ରଧାନ ଶିକ୍ଷକ ଓ ପିଟି ସାର ମିଳିତ ଭାବରେ ପିଲାଙ୍କ ଟଙ୍କାକୁ ଆତ୍ମସାତ କରୁଛନ୍ତି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ