Masthead

୪୫ ଡିଗ୍ରୀ ଛୁଇଁପାରେ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶାରେ ତାତି ୪୫ ଡିଗ୍ରୀ ଛୁଇଁପାରେ । ଟିଟିଲାଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର ଓ ଝାରସୁଗୁଡ଼ାରେ ତାପମାତ୍ରା ବଢ଼ି ୪୫ ଡିଗ୍ରୀରେ ପହଞ୍ଚିପାରେ । ବରଗଡ଼, ରାଉରକେଲା, ଅନୁଗୁଳ, ଭବାନୀପାଟଣା ଓ ବୌଦ୍ଧରେ ବି ୪୩ ଡିଗ୍ରୀ ଛୁଇଁବ । ଆଭ୍ୟନ୍ତରୀଣ ଓଡ଼ିଶାରେ ବି ଅସମ୍ଭାଳ ତାତି ହେବ । ପାଣିପାଗ ବିଭାଗ ଆସନ୍ତା ୧୯ ତାରିଖ ଯାଏ ତାତିକୁ ନେଇ ଏଭଳି ଆକଳନ କରିଛି । ୧୬ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଓ ଗୁଳୁଗୁଳି ହୋଇପାରେ ।

ତେବେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଆଶଙ୍କା ଅଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୭ ତାରିଖରେ ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁରରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ତତଲା ପବନ ବହିବା ଯୋଗୁ ଜନଜୀବନକୁ ଅସ୍ତବ୍ୟସ୍ତ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ଗରମ ଓ ଗୁଳୁଗୁଳି ହୋଇପାରେ । ଉତ୍ତର ଓଡ଼ିଶାରେ ଝଡ଼ବର୍ଷା ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ