Masthead

୪୪ ଡିଗ୍ରୀ ଛୁଇଁପାରେ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ତିନିଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିଯିବ । ୯ ତାରିଖରେ ତାତି ୪୪ ଡିଗ୍ରୀ ଛୁଇଁପାରେ । ଆଗକୁ ଭୀଷଣ ଗ୍ରୀଷ୍ମପ୍ରବାହ ସହିତ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜିଠୁ ରାଜ୍ୟରେ ଅନୁଭୂତ ହୋଇପାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ୪୪ ଡିଗ୍ରି ପହଞ୍ଚିପାରେ ତାତି। ସୁନ୍ଦରଗଡ଼, ଦେବଗଡ଼, ନୟାଗଡ଼, ସୋନପୁର ଆଦି ଜିଲ୍ଲାରେ ଆଜି ୪୨ ଡିଗ୍ରି ପାରଦ ପହଞ୍ଚିପାରେ ।

ସେହିପରି ପଶ୍ଚିମ ଓଡ଼ିଶାରେ ଅନ୍ୟ କିଛି ଜିଲ୍ଲାରେ ୪୦ ଡିଗ୍ରି ଉପରେ ରହିପାରେ ତାପମାତ୍ରା । ଏହାସହ ଉପକୂଳ ଓଡ଼ିଶାର ମଧ୍ୟ ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ତେବେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା