Masthead

୫ ଦିନ ଯାଏଁ କାଳବୈଶାଖୀ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିପାରେ ଆଶ୍ବସ୍ତି । ଆଗାମୀ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା । ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ଦିନ ତାପମାତ୍ରା । ୭ ଏବଂ ୮ରେ ତୀବ୍ର ହୋଇପାରେ କାଳବୈଶାଖୀ ପ୍ରଭାବ । ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ୭ ତାରିଖ ପରେ ବର୍ଷାର ପରିମାଣ ବୃଦ୍ଧି ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଉତର-ପଶ୍ଚିମ ଓ ପଶ୍ଚିମ ଦିଗରୁ ବହୁଥିବା ପବନ ଧୀରେ ଧୀରେ ଦୁର୍ବଳ ହେଉଥିବା ବେଳେ ବଙ୍ଗୋପସାଗରରୁ ଆସୁଥିବା ପବନ ଶକ୍ତିଶାଳୀ ହେଉଛି । ଫଳରେ ବର୍ଷା ହେବା ସହ ତାପମାତ୍ରା ହ୍ରାସ ପାଇବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଜି ଗ୍ରୀଷ୍ମ ପ୍ରଭାବ ନେଇ ୧୯ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ