ଆଜିଠୁ କମିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ କମିବ ତାପମାତ୍ରା । ପୁଣି ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟରେ ଆସନ୍ତା ୪ଦିନ ପର୍ୟ୍ୟନ୍ତ ଏଭଳି ପାଗ ଜାରି ରହିବ । ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାରୁ ତାପମାତ୍ରା କମିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି ।

ଆଜି କାଳବୈଶାଖୀ ନେଇ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ ରହିଛି ।

ଗଜପତି, ମାଲକାନଗିରି, କେରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, ଝାରସୁଗୁଡା, ବେବଗଡ଼, ଅନୁଗୁଳ ଆଦି ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ । ସେହିପରି ମେ ୨, ୩, ୪ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶରେ ବର୍ଷା ସମ୍ଭବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’