Masthead

ରାଜ୍ୟରେ ପୁଣି ବଢିବ ତାତି

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ବଢିବ ତାତି । ସାମୟିକ ଆଶ୍ୱସ୍ତି ପରେ ଏବେ ପୁଣି ଥରେ ଉପରମୁହାଁ ହୋଇଛି ସର୍ବୋଚ୍ଚ ତାପମାତ୍ରା। । ବୁଧବାରଠାରୁ ୩ ଦିନ ଧରି ଜଳିବ ସାରା ଓଡ଼ିଶା। ରାଜ୍ୟର ତାପମାତ୍ରା ପ୍ରାୟ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଅଧିକାଂଶ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରହିବ।

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରାରେ ବାହାରକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ସର୍ତକ କରାଇ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ୮ ତାରିଖ ଦିନ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଗଞ୍ଜାମ, କନ୍ଧମାଳ ଓ ମାଲକାନଗିରିରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ ବର୍ଷାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ