ରାଜ୍ୟରେ ପୁଣି ବଢିବ ତାତି

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ବଢିବ ତାତି । ସାମୟିକ ଆଶ୍ୱସ୍ତି ପରେ ଏବେ ପୁଣି ଥରେ ଉପରମୁହାଁ ହୋଇଛି ସର୍ବୋଚ୍ଚ ତାପମାତ୍ରା। । ବୁଧବାରଠାରୁ ୩ ଦିନ ଧରି ଜଳିବ ସାରା ଓଡ଼ିଶା। ରାଜ୍ୟର ତାପମାତ୍ରା ପ୍ରାୟ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଅଧିକାଂଶ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରହିବ।

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରାରେ ବାହାରକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ସର୍ତକ କରାଇ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ୮ ତାରିଖ ଦିନ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଗଞ୍ଜାମ, କନ୍ଧମାଳ ଓ ମାଲକାନଗିରିରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ ବର୍ଷାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’