Masthead

ରାଜ୍ୟରେ ବଢ଼ିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢ଼ିବ ତାତି । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ । ଏହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୩୦ ତାରିଖ ପାଇଁ ବଲାଙ୍ଗୀର ଓ ସୋନପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତ୍ତୀ ୩ ଦିନ ୬ଟି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାକୁ ଥିବାରୁ ସ୍ଥିତି ଉପରେ ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି ।

ପୂର୍ବାନୁମାନ ଅନୁଯାୟୀ, ମଙ୍ଗଳବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଲାଗି ରହିବ । ପୂର୍ବାହ୍ନ ସୁଦ୍ଧା ମୟୂରଭଞ୍ଜ, ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତାହାକୁ ନଜରରେ ରଖି ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏପ୍ରିଲ ପହିଲା ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ହେବାର ଆଶଙ୍କା ରହିଛି । ମାର୍ଚ୍ଚ ୩୧ରୁ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ । କେତେକ ସ୍ଥାନରେ ୩ ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ