Masthead

ପୁଣି ବଢିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜିଠୁ ରାଜ୍ୟରେ ବଢିବ ତାପମାତ୍ରା । ଆସନ୍ତାକାଲିଠୁ ସମଗ୍ର ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ହେବ । କିଛି ଅଞ୍ଚଳରେ ସର୍ବାଧିକ ଏହା ୪୫ ଡିଗ୍ରୀ ଛୁଇଁପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଉପକୂଳ ଅପେକ୍ଷା ପଶ୍ଚିମ ଓଡ଼ିଶାରେ ତାତି ଅସହ୍ୟ ହେବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, ବୌଦ୍ଧ ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ ।

ସେହିପରେ ୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ, ବୌଦ୍ଧ, ବଲାଙ୍ଗୀରକୁ ହିଟ୍‌ୱେଭ୍ ଜାରି କରାଯାଇଥିବା ବେଳେ ୧୭ ତାରିଖ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲାକୁ ହିଟ୍‌ୱେଭ୍ ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ ଉପକୂଳ ତଥା ଉତ୍ତର ପୂର୍ବ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ସହ ସାମାନ୍ୟ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ